Posted inଜାତୀୟ

ଧାର୍ମିକସ୍ଥଳରୁ ହଟାଯାଇଥିବା ଲାଉଡ୍‌ସ୍ପିକର ସ୍କୁଲରେ ଲଗାଯିବ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୧୯।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ଅନାବଶ୍ୟକ ଲାଉଡ ସ୍ପିକର ହଟାଇବାରେ ସରକାର ସଫଳ ହୋଇଛନ୍ତି। ଯଦି ଅନାବଶ୍ୟକ ଲାଉଡ ସ୍ପିକର ସ୍ଥାପନ / ଉଚ୍ଚ ସ୍ବରରେ ବାଜିବା ବିଷୟରେ ପୁନର୍ବାର ଅଭିଯୋଗ ଆସେ, ତେବେ ସମ୍ପୃକ୍ତ ସର୍କଲର ପୋଲିସ ଅଧିକାରୀ, ଡେପୁଟି କଲେକ୍ଟର ଏବଂ ଅନ୍ୟ ଅଧିକାରୀ ଏନେଇ ଉତ୍ତରଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଭିନ୍ନ ଜିଲାରୁ ହଟାଯାଇଥିବା ଲାଉଡ ସ୍ପିକର ଆବଶ୍ୟକତା ଅନୁଯାୟୀ ସେମାନଙ୍କୁ ନିକଟତମ ସ୍କୁଲଗୁଡ଼ିକୁ ଯୋଗାଇ ଦିଆଯିବ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରହିଥିବା ବେଆଇନ ଗାଡି ଷ୍ଟାଣ୍ଡକୁ ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଛନ୍ତି। ବେଆଇନ ଟ୍ୟାକ୍ସି ଷ୍ଟାଣ୍ଡ ସମସ୍ୟାର ସ୍ଥାୟୀ ସମାଧାନ କରିବା ସ୍ଥାନୀୟ ପ୍ରଶାସନର ଦାୟିତ୍ୱ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଷ୍ଟାଣ୍ଡଗୁଡିକ ପାଇଁ ସ୍ଥାନ ସ୍ଥିର କରାଯିବା ଉଚିତ ଏବଂ ଏହିପରି ଷ୍ଟାଣ୍ଡଗୁଡିକ ନିୟମ ଅନୁଯାୟୀ କାର୍ଯ୍ୟ କରିବା ଜରୁରୀ।

ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ବହୁ ସଂଖ୍ୟାରେ ମୃତାହତ ଘଟଣା ନେଇ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଥିରୁ ରକ୍ଷା ପାଇବା ପାଇଁ ଅତିରିକ୍ତ ଯତ୍ନ ନେବାକୁ ପଡ଼ିବ। ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟରେ ପିଲାମାନଙ୍କୁ ଟ୍ରାଫିକ ନିୟମ ପାଳନ କରିବାକୁ ଶିକ୍ଷା ଦେବା ପାଇଁ ବିଶେଷ ପ୍ରୟାସ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇ ସେ କହିଛନ୍ତି ଯେ ଟ୍ରାଫିକ ନିୟମ ସଂପର୍କରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନଙ୍କୁ ତାଲିମ ଦିଆଯିବ।

ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ବିଦ୍ୟାଳୟରେ ପିଲାଙ୍କ ମାତାପିତାଙ୍କ ସହିତ ଏନେଇ ବୈଠକ କରାଯିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।  ତାଙ୍କ ସରକାରୀ ବାସଭବନରେ ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ସମ୍ବନ୍ଧରେ ଏକ ସମୀକ୍ଷା ବୈଠକ କରିଥିଲେ। ଏଥିରେ ସମସ୍ତ ବିଭାଗୀୟ କମିଶନର, ଜିଲା ମାଜିଷ୍ଟ୍ରେଟ ଏବଂ ବରିଷ୍ଠ ଆଞ୍ଚଳିକ ଅଧିକାରୀ, ଜିଲା ପୋଲିସ ମୁଖ୍ୟ ତଥା ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri