ପ୍ରେମ ବ୍ୟାପାର: ଯୁବତୀ ନେଲେ ଚରମ ନଷ୍ପତ୍ତି

ଭୁବନେଶ୍ୱର,୨୦ା୧୦(ସତ୍ୟଜିତ ରାଉତ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପ୍ରାଚୀବିହାର ଅଞ୍ଚଳରେ ରହୁଥିବା ଜଣେ ଯୁବତୀ ଫ୍ୟାନ୍‌ରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ଜଣକ ହେଲେ କଟକ ଜିଲା ନିଆଳି ଅଞ୍ଚଳର ମୋନାଲିସା ମହାନ୍ତି(୨୨)। ପୋଲିସ ମୃତେଦହ ଜବତ କରି କ୍ୟାପିଟାଲ ହସ୍ପିଟାଲ ପଠାଇଛି।

ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ତେବେ ପ୍ରେମ ବ୍ୟାପରକୁ ନେଇ ମୋନାଲିସା ଏଭଳି ଚରମ ନିଷ୍ପତ୍ତି ନେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ମଞ୍ଚେଶ୍ୱର ଥାନା ଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ କହିଛନ୍ତି।

ସୂଚନା ଅନୁଯାୟୀ, ମୋନାଲିସା ପ୍ରାଚୀବହାରରେ କିଛିମାସ ହେବ ଭଡା ଘର ନେଇ ରହିବା ସହ ଏକ ଘରୋଇ ସଂସ୍ଥାରେ ଚାକିରି କରୁଥିଲେ। ଏଥିସହ ସରକାରୀ ଚାକିରି ପାଇବାକୁ ପଢାପଢି ମଧ୍ୟ କରୁଥିଲେ। ତେବେ କିଛିଦିନ ହେବ ମୋନାଲିସା ଚିନ୍ତାରେ ରହୁଥିଲେ।

ବୁଧବାର ସାରେ ମୋନାଲିସ କବାଟ ବନ୍ଦ କରି ଦେଇଥିଲେ। ପାଖ ପଡ଼େଶୀ ଲୋକମାନେ ଯେତେ କହିବା ପରେ ମଧ୍ୟ ସେ କବାଟ ଖୋଲି ନ ଥିଲେ। ତେବେ ଝରକା ବାଟେ ଦେଖିବାକୁ ମୋନାଲିସା ଫ୍ୟାନ୍‌ରେ ଝୁଲିପଡି ଆତ୍ମହତ୍ୟା କରିଥିବା ଜଣାପଡିଥିଲା।

ଏନେଇ ମୋନାଲିସାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ଖବର ପାଇ ପୋଲିସ ଘରେ ପହଞ୍ଚିଥିଲା। ପରିବାର ଲୋକ ପହଞ୍ଚିବା ପରେ ପୋଲିସ କବାଟ ତାଡି ମୃତଦେହ ଜବତ କରିଥିଲା। ପୋଲିସ ଉକ୍ତ ଘରୁ ମୋନାଲିସାଙ୍କ ମୋବାଇଲ ଆଦି ଜବତ କରି ତଦନ୍ତ କରୁଛି। ପରିବାର ଲୋକଙ୍କ ବୟାନ ଅନୁଯାୟୀ ମୋନାଲିସା ଜଣେ ଯୁବକଙ୍କ ପ୍ରେମ ସମ୍ପର୍କକୁ ନେଇ ଚିନ୍ତାରେ ଥିଲେ। ପୋଲିସ ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ସିଡିଆର୍‌(କଲ୍‌ ଡିଟେଲ୍ସ ରିପୋର୍ଟ) ମଗାଇ ଯାଞ୍ଚ ଆରମ୍ଭ କରିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri