ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ ଏକ ପ୍ରେମୀଯୁଗଳ ଗୋଟିଏ ଗଛର ଗୋଟିଏ ଡାଳରେ ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।

ସୁଙ୍କି ଥାନା ଅନ୍ତର୍ଗତ ଉକ୍ତ ପଞ୍ଚାୟତର ମାଟାମ୍ ଜିଲ୍ଲା ଗୁଣ୍ଠା ଗ୍ରାମର ଆରୁଜୁ ସିନ୍ଦେରିଙ୍କ ପୁଅ ରବି ସିନ୍ଦେରି ଏବଂ ବଡାଗୁଡା ଗ୍ରାମର ବିରୁସୁ ସୋଡା ପେଲିଙ୍କ ନାବାଳିକା ଝିଅ ମେରି ସୋଡା ପେଲି ଦୁହିଁଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଗୁରୁବାର ସକାଳୁ ଝିଅର ଗ୍ରାମରେ ରହିଥିବା ପ୍ରାଥମିକ ବିଦ୍ୟାଳୟ ପଛ ପଟେ ଏକ ତେନ୍ତୁଳି ଗଛରେ ଓହଳି ଥିବା ଦେଖି ଗ୍ରାମବାସୀ ପ୍ରଥମେ ଭୟଭୀତ ହୋଇ ପଡି ଝିଅର ଘର ଲୋକଙ୍କୁ ଜଣାଇଥିଲେ। ଏହାପରେ ପୁଅ ଘରକୁ ମଧ୍ୟ ଖବର ଦେଇଥିଲେ। ଉଭୟ ପୁଅ ଝିଅ ପରିବାର ଘଟଣା ସ୍ଥଳେ ପହଞ୍ଚି ଦେଖିବାକୁ ପାଇଥିଲେ ଗୋଟିଏ ଗଛର ଗୋଟିଏ ଡାଳରେ ଦୁହେଁ ଓହଳି ପଡିଛନ୍ତି।

ସୂଚନା ଅନୁଯାୟୀ, ରବି ଓ ମେରିଙ୍କ ମଧ୍ୟରେ କିଛି ବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା। ସେମାନେ ବିବାହ କରିବାକୁ ଚାହୁଁଥିଲେ ମଧ୍ୟ ପରିବାର ଏଥିରେ ରାଜି ହୋଇନଥିଲେ। ଏଥିସହ ରବି ପୂର୍ବରୁ ବିବାହିତ ଥିଲେ ଏବଂ ତାଙ୍କର ଏକ ସନ୍ତାନ ମଧ୍ୟ ରହିଛି। ପରିବାରର ବିରୋଧ ଏବଂ ପ୍ରେମରେ ବିଫଳତାକୁ ସହ୍ୟ ନକରି ପାରି ଉଭୟ ଏହି ଚରମ ପଦକ୍ଷେପ ନେଇଥିବା ଚର୍ଚ୍ଚା ହେଉଛି।

ଖବର ପାଇ ସୁଙ୍କି ଥାନା ଅଧିକାରୀ ଚତୁର୍ଭୁଜ ନାୟକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଥିଲେ। ପରେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବ୍ୟବଚ୍ଛେଦ କରାଯାଇ ମୃତଦେହକୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।

ନାବାଳିକା ବାପାଙ୍କ ଅଭିଯୋଗ କ୍ରମେ କେସ୍ ନଂ ୦୧/୨୬ ଏବଂ ପୁଅର ବାପାଙ୍କ ଅଭିଯୋଗ କ୍ରମେ କେସ୍ ନଂ ୦୨/୨୬ ରେ ପୃଥକ ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ପ୍ରେମ ସପ୍ତାହ ଶେଷ ହେବାକୁ ଆଉ ଦିନକ ବାକି ଥିବା ବେଳେ ଏଭଳି ଅଘଟଣ ଦୁଇଟି ଗ୍ରାମକୁ ସ୍ତବ୍ଧ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri