ପ୍ରେମ ପ୍ରତାରଣା, ବନ୍ଧା ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୨ା୬(କାଳି ଚରଣ ଦାଶ)- ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ଡେଙ୍ଗାପଦର ଗ୍ରାମର ଚିତ୍ରସେନ ଭୋଳ(୩୧)। ଗାଙ୍ଗପୁର ଥାନା ଅଞ୍ଚଳର ଜନୈକ ଯୁବତୀଙ୍କ ଅଭିଯୋଗ କ୍ରମେ ନଂ ୪୩୧/୨୩ ରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି।

ମିଳିଥିବା ସୂଚନା ମୁତାବକ, ଚିତ୍ରସେନ ଓ ଯୁବତୀ ଜଣଙ୍କ ସୁରତରେ କାମ କରୁଥିଲେ। ଦୁହିଁଙ୍କ ମଧ୍ୟରେ ୨୦୨୧ରୁ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ସୁରତର ଆମ୍ବାଜୀ ମନ୍ଦିରରେ ଚିତ୍ରସେନ କୁଆଡେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇଥିଲେ। ପରେ ଉଭୟ ଏକ ଭଡାଘରେ ରହୁଥିଲେ। ତେବେ ଅନ୍ୟ ଏକ ଯୁବତୀଙ୍କ ସହ ଚିତ୍ରସେନର ସମ୍ପର୍କ ଥିବା ନେଇ ନର୍ମଦା ଜାଣି ପାରିଥିଲେ। ତେଣୁ ଉଭୟଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥିଲା। ଯୁବତୀଜଣଙ୍କ ବିବାହ କରିବାକୁ ଦାବି କରିବାରୁ ଚିତ୍ରସେନ କୁଆଡେ ଫେରାର ହୋଇଯାଇଥିଲେ। ଏବେ ଚିତ୍ରସେନ ଅନ୍ୟ କାହାକୁ ବାହା ହେବାକୁ ଚେଷ୍ଟା ଚଳାଇଥିବା ସହ ତାଙ୍କୁ ଫୋନରେ ଧମକ ଦେଉଥିବାରୁ ତାଙ୍କ ଜୀବନ ଅସୁରକ୍ଷିତ ବୋଲି ଯୁବତୀଜଣଙ୍କ ଅଭିଯୋଗ କରିଛନ୍ତି। ପୋଲିସ ଚିତ୍ରସେନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri