ଜୁସ୍‌ ଦୋକାନରୁ ପ୍ରେମ, ପରେ ଲିଭଇନ୍‌-ବିବାହ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରତ୍ନା ପାଠକ ଶାହଙ୍କୁ ଗୁରୁବାର ୬୪ ବର୍ଷ ପୂରଣ ହୋଇଛି। ସେ ୧୯୫୭ ମାର୍ଚ୍ଚ ୧୮ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ନିଜଠାରୁ ୧୩ ବର୍ଷ ବୟସ୍କ ବଡ଼ ଅଭିନେତା ନସିରୁଦ୍ଦିନ ଶାହଙ୍କୁ ରତ୍ନା ୧୯୮୨ରେ ବିବାହ କରିଥିଲେ। ସେମାନଙ୍କର ପ୍ରେମ ସମ୍ପର୍କ ଜୁସ ଦୋକାନରୁ ଆରମ୍ଭ ହୋଇଥିଲା। ମୁମ୍ବାଇରେ କ୍ୟାରିୟର ପାଇଁ ସଂଘର୍ଷ କରୁଥିବା ନସିରୁଦ୍ଦିନଙ୍କ ସହିତ ରତ୍ନାଙ୍କର ସ୍ଥାନୀୟ ଏକ ଆଖୁରସ ଦୋକାନରେ ପରିଚୟ ହୋଇଥିଲା। ଦୁହେଁ ପରସ୍ପରକୁ ଆଖୁରସ ଦୋକାନରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ। ପରିଚୟରୁ ଆରମ୍ଭ ହୋଇଥିଲା ପ୍ରେମ। ଦୀର୍ଘଦିନ ଲିଭଇନ୍‌ରେ ରହିବା ପରେ ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ବଡ଼ ପରଦା ସହିତ ଛୋଟ ପରଦାରେ ମଧ୍ୟ ରତ୍ନା ବେଶ୍‌ ଖ୍ୟାତି ହାସଲ କରିପାରିଛନ୍ତି। ନ୍ୟାଶନାଲ୍‌ ସ୍କୁଲ୍‌ ଅଫ୍‌ ଡ୍ରାମାର ଶିକ୍ଷା ସମାସ୍ତପରେ ସେ ୧୯୮୩ରେ ମଣ୍ଡି ଫିଲ୍ମରେ ଅଭିନୟ କରିଥିଲେ। ଏହାପରେ ଏକ ଇଂଲିଶ୍‌ ଫିଲ୍ମ ହିଟ୍‌ ଆଣ୍ଡ୍‌ ଡଷ୍ଟରେ ତାଙ୍କୁ ଅଭିନୟର ସୁଯୋଗ ମିଳିଥିଲା। ଏହାପରେ ୧୯୮୭ରେ ମିର୍ଚ ମସାଲା, ପହେଲି, ଆଲାଦିନ୍‌, ଗୋଲାମାଲ୍‌-୩, କପୁର ଆଣ୍ଡ୍‌ ସନ୍ସ, ନିଲ୍‌ ବାଟେ ସନ୍ନାଟା, ଲିପଷ୍ଟିକ୍‌ ଅଣ୍ଡର ମାଇଁ ବୁର୍ଖା, ଥାପଡ଼ ଆଦି ଫିଲ୍ମରେ ଅଭିନୟ କରି ବେଶ୍‌ ପ୍ରଶଂସା ସାଉଁଟିଛନ୍ତି। ଜୀବନ ତାଙ୍କୁ ବହୁ ଉପାଦେୟ ଜ୍ଞାନ ଶିକ୍ଷା ଦେଇଥିବା ରତ୍ନା କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri