ଷଷ୍ଠ ଶ୍ରେଣୀରୁ ପ୍ରେମ, ଏବେ ଲିଭ୍‌ ଇନ୍‌ରେ ରହୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତା ବରୁଣ ଧାୱନ ନିଜ ଅଭିନୟ ବ୍ୟତୀତ ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଦୀର୍ଘଦିନର ପ୍ରେମିକା ନତାଶା ଦଲାଲ ସହ ସେ ଏବେ ଲିଭ୍‌ଇନ୍‌ରେ ରହୁଛନ୍ତି। କୁଲି ନଂ -୨ ଫିଲ୍ମ ପ୍ରମୋଶନ ଅବସରରେ କରିନା କପୁର ସହ ଅଭିନେତା ବରୁଣ ଧାଓ୍ବନଙ୍କ ସହ ରେଡିଓ ଶୋ ‘ମହିଳାମାନେ କଣ ଚାହାଁନ୍ତି’ରେ ଯୋଗ ଦେଇଥିଲେ। ବେବୋଙ୍କ ସହ ବାର୍ତ୍ତାଳାପ ସମୟରେ, ବରୁଣ ଧାୱନ ତାଙ୍କ ପ୍ରେମ ଜୀବନ ବିଷୟରେ ବଡ଼ ଖୁଲାସା କରିଥିଲେ। ‘ହଁ’ କହିବା ପୂର୍ବରୁ ନତାଶା ତାଙ୍କୁ ୩ରୁ ୪ଥର କିପରି ପ୍ରତ୍ୟାଖ୍ୟାନ କରିଥିଲେ କିନ୍ତୁ ସେ କେବେ ଆଶା ଛାଡି ନାହାଁନ୍ତି। ଆହୁରି ମଧ୍ୟ, ନତାଶାଙ୍କ ସହ ଥିବା ସମ୍ପର୍କରୁ ପରଦା ହଟାଇ ଥିଲେ। ବରୁଣ ଧାୱନ ଏବଂ ନତାଶା ଦଲାଲଙ୍କ ସମ୍ପର୍କ କାହାକୁ ଅଛପା ନାହିଁ। ଉଭୟଙ୍କୁ ଅନେକ ଥର ଏକାଠି ଦେଖିବାକୁ ମିଳେ। ଷଷ୍ଠ ଶ୍ରେଣୀରେ ସେ ପ୍ରଥମ ଥର ପାଇଁ ନତାଶାଙ୍କୁ ଦେଖିଥିଲେ। ପ୍ରଥମ ଦେଖାରେ ତାଙ୍କ ପ୍ରେମରେ ପଡଯାଇଥିଲେ। ଦ୍ୱାଦଶ ପର୍ଯ୍ୟନ୍ତ ଉଭୟ ବନ୍ଧୁ ଥିଲେ। ସେ କହିଥିଲେ ଯେ, ଉଭୟ ଏକାଠି ବାସ୍କେଟବଲ ଖେଳୁଥିଲେ। ଏଭଳି ପରିସ୍ଥିତିରେ ସେ ରେଡ ଟିମରେ ଏବଂ ନତାଶା ୟେଲୋ ଦଳରେ ଥିଲେ। ମଧ୍ୟାହ୍ନ ଭୋଜନ ବିରତି ସମୟରେ ସେ ନତାଶା ବାସ୍କେଟବଲ କୋର୍ଟରେ ବୁଲୁଥିବାର ଦେଖିଲେ। ସେ ସେହି ସମୟରେ ନତାଶାଙ୍କୁ ଭଲ ପାଇ ବସିଥିଲେ ବୋଲି ବରୁଣ କହିଥିଲେ। ସେ ଏବଂ ନତାଶା ଲାଇଭ-ଇନ୍‌ରେ ରହିବାକୁ ଚାହୁଁଥିଲେ, କିନ୍ତୁ ପରିବାର ଚାହୁଁଥିଲେ ଯେ ଉଭୟ ବିବାହ କରନ୍ତୁ। ବରୁଣ ଧାୱନଙ୍କ ଫିଲ୍ମ କୁଲି ନମ୍ବର ୧ ନିର୍ଦ୍ଦେଶନା ଦେଇଛନ୍ତି ତାଙ୍କ ପିତା ଡେଭିଡ ଧାୱନ। ଏହି ଚଳଚ୍ଚିତ୍ରରେ ସାରା ଅଲି ଖାନ, ପରେଶ ରାୱଲ ଏବଂ ରାଜପାଲ ଯାଦବ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଛନ୍ତି। ଡିସେମ୍ବର ୨୫ ଖ୍ରୀଷ୍ଟମାସ ଅବସରରେ ଏହା ଆମାଜନ ପ୍ରାଇମ ଭିଡିଓରେ ମୁକ୍ତିଲାଭ କରିବାର କାର୍ଯ୍ୟକ୍ରମ ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri