Posted inଜାତୀୟ

ଶିବରାଜଙ୍କ କ୍ୟାବିନେଟ୍‌ରେ ଲଭ୍‌ ଜିହାଦ୍‌

ଭୋପାଳ,୨୯।୧୨: ଲଭ୍‌ ଜିହାଦ୍‌ ବିରୋଧରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସରକାର କଡ଼ା ଆଇନ ଆଣିବାକୁ ଯାଉଛନ୍ତି। ଏସମ୍ପର୍କିତ ଏକ ଆଧ୍ୟାଦେଶକୁ ମଙ୍ଗଳବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହାକୁ ଅନୁମୋଦନ ପାଇଁ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ପାଖକୁ ପଠାଇ ଦିଆଯାଇଛି। ରାଜ୍ୟପାଳଙ୍କ ଅନୁମୋଦନ ପରେ ଏହା ଆଇନରେ ପରିଣତ ହେବ। ଧର୍ମ ସ୍ବତନ୍ତ୍ରତା ବିଧେୟକ-୨୦୨୦ ଅନ୍ତର୍ଗତ ଏହି ଆଇନ ପ୍ରଣୟନ କରାଯିବ। ଆଇନରେ ୧୯ଟି ବିଭିନ୍ନ ପ୍ରାବଧାନ ରହିଛି। ପୀଡ଼ିତ ପକ୍ଷଙ୍କ ପରିଜନଙ୍କ ଅଭିଯୋଗ ଆଧାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମିଛ କହି ଧର୍ମପରିବର୍ତ୍ତନ କରି ବିବାହ କରିଥିବା କ୍ଷେତ୍ରରେ ଦୋଷୀ ସାବ୍ୟସ୍ତ ହେଲେ ୫ ବର୍ଷ ପର୍ଯ୍ୟନ୍ତ ଜେଲ ଓ ୨୫ ହଜାର ଟଙ୍କାର ଜରିମାନା ଦଣ୍ଡାଦେଶ କରାଯିବ। ସେହିପରି ସମ୍ପତ୍ତି ଲୋଭରେ ଧର୍ମପରିବର୍ତ୍ତନ କରି ବିବାହ କରିଥିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଏଭଳି ବିବାହର ମାନ୍ୟତା ରଦ୍ଦ କରାଯିବା ସହିତ ୧୦ ବର୍ଷର ଜେଲ୍‌ ଏବଂ ୫୦ ହଜାର ଟଙ୍କାର ଜରିମାନା ଦଣ୍ଡାଦେଶ କରାଯିବ। ଅପରପକ୍ଷରେ ସାମୁହିକ ଧର୍ମ ପରିବର୍ତ୍ତନ କ୍ଷେତ୍ରରେ ଲକ୍ଷେ ଟଙ୍କାର ଜରିମାନା ଦଣ୍ଡାଦେଶ କରାଯିବା।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri