Posted inଜାତୀୟ

ଲଭ୍‌ ଜିହାଦ୍‌ ଅଧ୍ୟାଦେଶ: ସାମ୍ବିଧାନିକ ବୈଧତା ପରଖିବେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୬।୧: ଲଭ୍‌ ଜିହାଦ୍‌ ଅଧ୍ୟାଦେଶ ବିରୋଧରେ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଥିବା ମାମଲାର ଶୁଣାଣି ବୁଧବାର କରାଯାଇଛି। ଏହା ଉପରେ ରୋକ ଲଗାଇବାକୁ ସର୍ବୋଚ୍ଚ ନ୍ୟାୟାଳୟ ମନା କରିବା ସହିତ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହାର ସାମ୍ବିଧାନିକ ବୈଧତା ପରିଖିବା ଲାଗି ସୁପ୍ରିମ୍‌କୋର୍ଟ ଦୁଇ ରାଜ୍ୟ ସରକାରଙ୍କ ମତାମତ ଲୋଡିଛନ୍ତି। ଏହାର ବିଚାର ହାଇକୋର୍ଟରେ ମଧ୍ୟ ଜାରି ରହିଥିବା ସୋଲିସିଟର ଜେନେରାଲ ସୁପ୍ରିମ୍‌କୋର୍ଟ ଖଣ୍ଡପୀଠଙ୍କ ସମ୍ମୁଖରେ ପ୍ରକାଶ କରିଥିଲେ। ଏହି ମାମଲାରେ ହାଇକୋର୍ଟ ନ ଯାଇ ସୁପ୍ରିମ୍‌କୋର୍ଟରେ ଆବେଦନ କରିବା ନେଇ କୋର୍ଟ ଆପତ୍ତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଅଧ୍ୟାଦେଶ ଦ୍ୱାରା ଅନ୍ତର୍ଧାର୍ମିକ ବିବାହ କରୁଥିବା ବ୍ୟକ୍ତି ବିଶେଷଙ୍କୁ ହଇରାଣ କରାଯାଉଥିବା ନେଇ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri