ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପରିବାର ଲୋକଙ୍କୁ ନ ଜଣାଇ ଜଣେ ହିନ୍ଦୁ ଯୁବତୀଙ୍କୁ କୋର୍ଟ ମ୍ୟାରେଜ୍‌ କରିବାକୁ ଆସିଥିବା ଜଣେ ଭିନ୍ନ ସମ୍ପ୍ରଦାୟର ଯୁବକ ଏବଂ ତାଙ୍କ ସହ ଆସିଥିବା ବରଯାତ୍ରୀଙ୍କୁ କୋର୍ଟ ପରିସରରେ ଅଟକ ରଖାଯିବା ସହ ପୋଲିସକୁ ହସ୍ତାନ୍ତର କରାଯାଇଛି।
ସୂଚନା ମୁତାବକ, ରାଇରଙ୍ଗପୁର ଇଚିଡ଼ା ଅଞ୍ଚଳର ଉକ୍ତ ଭିନ୍ନ ସମ୍ପ୍ରଦାୟର ଯୁବକ ଜଣକ ବାରିପଦାର ଏକ ଘରୋଇ ହଷ୍ଟେଲରେ ରହି ପାଠ ପଢ଼ୁଥିବା ରାଇରଙ୍ଗପୁର ଅଞ୍ଚଳର ଜଣେ ହିନ୍ଦୁ ଯୁବତୀଙ୍କୁ ବିବାହ କରିବା ପାଇଁ ବରଯାତ୍ରୀ ସହ କୋର୍ଟ ପରିସରକୁ ଆସିଥିଲେ। ଏ ସମ୍ପର୍କରେ ଖବରପାଇ ସ୍ଥାନୀୟ ଲୋକ ଓ ହିନ୍ଦୁ ସଂଗଠନର କାର୍ଯ୍ୟକର୍ତ୍ତାମାନେ ସେଠାରେ ପହଞ୍ଚତ୍ ଏହାକୁ ବିରୋଧ କରିଥିଲେ। ବାରିପଦା ଟାଉନ୍‌ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ବର ଓ କନ୍ୟାଙ୍କ ସହ ଦୁଇଜଣ ବରଯାତ୍ରୀଙ୍କୁ ଥାନାକୁ ଆଣିଛି। ଗ୍ରାମବାସୀଙ୍କ ଅଭିଯୋଗ ଆଧାରରେ ପୋଲିସ ସମସ୍ତଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ବିବାହ ପାଇଁ ଆସିଥିବା ଯୁବତୀଙ୍କ ବୟସ ୨୩ ବର୍ଷ ହୋଇଥିବା ବେଳେ ଯୁବକଙ୍କ ବୟସ ୨୬ ବର୍ଷ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ ହିନ୍ଦୁ ସଂଗଠନର କାର୍ଯ୍ୟକର୍ତ୍ତା ପ୍ରଶାନ୍ତ କୁମାର ଆଚାର୍ଯ୍ୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୟୂରଭଞ୍ଜରେ ଏଭଳି ସଂଗଠିତ ‘ଲଭ୍‌ ଜିହାଦ’ ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ଅତ୍ୟନ୍ତ ଚିନ୍ତାଜନକ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?