Posted inଜାତୀୟ

ଲଭ୍‌ ଜିହାଦ: କେନ୍ଦ୍ର ସରକାରଙ୍କ ପାଖରେ ନାହିଁ କୌଣସି ସୂଚନା

ନୂଆଦିଲ୍ଲୀ,୩୧।୧୨: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶରେ ଲଭ୍‌ ଜିହାଦ ଆଇନ ପ୍ରଣୟନ ହୋଇସାରିଛି। ମଧ୍ୟପ୍ରଦେଶ କ୍ୟାବିନେଟ୍‌ରେ ଏହାକୁ ମଞ୍ଜୁରୀ ମିଳିଛି। ଏବେ ଏହା ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ପାଖରେ ପଡ଼ିରହିଛି। ଉତ୍ତରପ୍ରଦେଶରେ ଆଇନ ପ୍ରଣୟନ ପରେ ୩୫ ଜଣଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ତେବେ କେନ୍ଦ୍ର ସରକାରଙ୍କ ପାଖରେ ଏହାର କୌଣସି ସୂଚନା ନାହିଁ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସୂଚନା ଅଧିକାର ଆଇନ ଅନ୍ତର୍ଗତ ଲୋଡ଼ା ଯାଇଥିବା ତଥ୍ୟର ଉତ୍ତରରେ ମନ୍ତ୍ରଣାଳୟ ପକ୍ଷରୁ ଏଭଳି କୁହାଯାଇଛି। ଗୋରଖପୁରର ସୂଚନା ଅଧିକାର ଆଇନକର୍ମୀ କାଳୀ ଶଙ୍କରଙ୍କ ପକ୍ଷରୁ ଏସମ୍ପର୍କିତ ଏକ ଆବେଦନ କରାଯାଇଥିଲା। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଗତ ୧୦ ବର୍ଷ ମଧ୍ୟରେ ଲଭ୍‌ ଜିହାଦ ସମ୍ପର୍କିତ କୋଣସି ସୂଚନା ହସ୍ତଗତ ହୋଇନାହିଁ। ଲଭ୍‌ ଜିହାଦ ଆଇନ ଅନୁସାରେ ପରିଭାଷିତ ଅଛି କି ନାହିଁ ତାହାର ସୂଚନା ମଧ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପାଖରେ ନାହିଁ ବୋଲି କାଳୀ ଶଙ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri