ପ୍ରେମ ଏବେ, ନା ବାବା ନା…

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କୁ ବୁଧବାର ୩୪ ବର୍ଷ ପୂରଣ ହୋଇଛି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଏବଂ ମାଉସୀ ପଦ୍ମିନୀ କୋହ୍ଳାପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍‌ରେ ଅଭିନୟ କରିବା ପାଇଁ ପିଲାଟି ଦିନରୁ ତାଙ୍କର ଇଛାଥିଲା। ୨୦୧୦ରେ ତିନ୍‌ ପାତିରେ ସେ ଏକ ଶର୍ଟ ରୋଲ୍‌ରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ୨୦୧୧ରେ ଲଭ୍‌ ଦ ଏଣ୍ଡ୍‌ରେ ସେ ଲିଡ୍‌ ରୋଲରେ ଅଭିନୟ କରିଥିଲେ। ୨୦୧୩ରେ ତାଙ୍କ ଅଭିନୀତ ଆଶିକ-୨ ବକ୍ସ ଅଫିସ୍‌ରେ ବେଶ ସଫଳ ରହିଥିଲା। ଏହାପରେ ୨୦୧୪ରେ ହାଇଦର, ଏକ୍‌ ଭିଲେନ୍‌, ୨୦୧୫ରେ ଏବିସିଡି, ୨୦୧୬ରେ ବାଗି, ୨୦୧୭ରେ ହାଫ୍‌ ଗର୍ଲଫ୍ରେଣ୍ଡ, ୨୦୧୮ରେ ହରର୍‌ ଫିଲ୍ମ ସ୍ତ୍ରୀ, ୨୦୧୯ରେ ସାହୋ ଏବଂ ଛିଛୋରେ, ୨୦୨୦ରେ ଷ୍ଟ୍ରିଟ ଡ୍ୟାନ୍ସର ଏବଂ ବାଗି-୩ରେ ଉଲ୍ଲେଖନୀୟ ଅଭିନୟ କରି ବେଶ୍‌ ପ୍ରଶଂସା ସାଉଁଟିଛନ୍ତି। ବଲିଉଡ୍‌ର ଲଭର ବୟ ଆଦିତ୍ୟ ରାୟ କପୁର ଏବଂ ଫରହାନ ଅଖତରଙ୍କ ସହିତ ତାଙ୍କର ରୋମାନ୍ସ ନେଇ ନାନା ଚର୍ଚ୍ଚା ହେଉଥିଲେ ମଧ୍ୟ ଶ୍ରଦ୍ଧା ଏନେଇ ମିଡ଼ିଆରେ ମୁହଁ ଖୋଲି ନାହାନ୍ତି। ସେହିପରି ରୋହନ ଶ୍ରେଷ୍ଠଙ୍କ ସହିତ ତାଙ୍କର ସମ୍ପର୍କକୁ ନେଇ ଗୁଜବ ଉଠିଛି। ପ୍ରଥମେ କ୍ୟାରିୟର ଏହାପରେ ପ୍ରେମ ବୋଲି ଏକ ସାକ୍ଷାତ୍‌କାରରେ ଶ୍ରଦ୍ଧା କହିଥିଲେ। ଏବେ ସେ ଇଣ୍ଡଷ୍ଟ୍ରିରେ ନିଜର ସ୍ଥିତି ସୁଦୃଢ଼ କରୁଛନ୍ତି। ରୋମାନ୍ସ ପାଇଁ ତାଙ୍କ ପାଖରେ ସମୟ ନାହିଁ ବୋଲି କହି ଶ୍ରଦ୍ଧା ମିଡ଼ିଆର ମୁହଁ ବନ୍ଦ କରିବାରେ ବେଶ୍‌ ମାହିର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri