ନାବାଳିକାଙ୍କୁ ଇନଷ୍ଟାଗ୍ରାମରେ ପ୍ରେମ, ବନ୍ଧାହେଲେ ଯୁବକ

ସୋର, ୧୧ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଞ୍ଚଳର ନାବାଳିକାଙ୍କୁ ଇନଷ୍ଟାଗ୍ରାମରେ ପ୍ରେମ କରି ଅପହରଣ ଅଭିଯୋଗରେ ଖୋର୍ଦ୍ଧା ଜିଲା ଆୟତପୁର ଗ୍ରାମର ଜଣେ ଯୁବକଙ୍କୁ ସୋର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଆୟତପୁର ଗ୍ରାମର ପ୍ରଶାନ୍ତ ନାୟକ ଉକ୍ତ ନାବାଳିକାଙ୍କ ସହ ଇନ୍‌ଷ୍ଟାଗ୍ରାମରେ ପରିଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ଉଭୟଙ୍କ ମଧ୍ୟରେ ଫୋନ ନମ୍ବର ଆଦାନପ୍ରଦାନ ପରେ କଥାବାର୍ତ୍ତା ହୋଇ ପ୍ରେମ ଆରମ୍ଭ ହୋଇଥିଲା। ଗତ ଅକ୍ଟୋବର ୭ରେ ପ୍ରଶାନ୍ତ ଆୟତପୁରରୁ ଆସି ନାବାଳିକାଙ୍କ ଘରୁ ଅପହରଣ କରି ଫେରାର ହୋଇଯାଇଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନ ପାଇ ଅକ୍ଟୋବର ୧୭ରେ ସୋର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ସୋର ପୋଲିସ ଏକ ମାମଲା (ନଂ. ୪୪୬/୨୨) ରୁଜୁ କରି ନାବାଳିକାଙ୍କ ମୋବାଇଲକୁ ବାରମ୍ବାର ଫୋନ୍‌ ଆସିଥିବା ଏକ ମୋବାଇଲ ନମ୍ବରକୁ ଟ୍ରାକିଂ କରି ଭୁବନେଶ୍ୱର ୟୁନିଟ-୯ସ୍ଥିତ ମା’ ମଙ୍ଗଳା ବସ୍ତିରେ ପହଞ୍ଚିଥିଲେ। ସେଠାରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ପ୍ରଶାନ୍ତଙ୍କୁ ଗିରଫ କରି ସୋର ଥାନାକୁ ଆଣିଥିଲେ। ଶନିବାର ଅପରାହ୍ନରେ ପୋଲିସ ଉଭୟଙ୍କର ଡାକ୍ତରୀମାଇନା ପରେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିଥିବା ଅଭିଯୋଗରେ ପ୍ରଶାନ୍ତଙ୍କୁ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri