ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସୀମା ନାୟକ(୨୮) ତାଙ୍କ ଗାଁର ଜଣେ ୩୩ ବର୍ଷୀୟା ଯୁବତୀଙ୍କ ସହ ଲଭରୁ ସେକ୍ସ ଓ ପରେ ତାଙ୍କୁ ବିବାହ କରିବା ପରେ ପ୍ରତାରଣା କରିଥିବା ନେଇ ପୀଡ଼ିତା ଦିଗପହଣ୍ଡି ଏତଲା ଦେଇଥିଲେ। ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୮୧/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା-୬୯/୨୯୬/୩୫୧(୨)/୩(୫) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ର ସୋମବାର ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ପରେ ଥାନାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ରାତି ପ୍ରାୟ ୮ଟାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ ପ୍ରାୟ ଦେଢ଼ବର୍ଷ ପୂର୍ବେ ଯୁବତୀଙ୍କ ସହ ଅଭିଯୁକ୍ତଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଯୁବତୀଙ୍କ ଅନିଚ୍ଛା ସତ୍ତ୍ବେ ଅଭିଯୁକ୍ତ ତାଙ୍କୁ ନିୟମିତ ବ୍ୟବଧାନରେ ବିଭିନ୍ନ ସ୍ଥାନକୁ ଡାକି ନେଇ ବଳାତ୍କାର କରି ଆସୁଥିଲେ। ପରେ ଉଭୟେ ପରସ୍ପରଙ୍କୁ ଭଲ ପାଇ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଭିଯୁକ୍ତ ଜଣକ ଯୁବତୀଙ୍କୁ ସାଥିରେ ନେଇ ଗାଁରୁ ଫେରାର ହୋଇଯାଇଥିଲେ। ଉଭୟେ ତାମିଲନାଡୁର ସିତାପୁରୀରେ ପହଞ୍ଚିବା ସହ ସେଠାକାର ଏକ ମନ୍ଦିରରେ ବିବାହ କରି ସ୍ତ୍ରୀସ୍ବାମୀ ଭାବେ ରହୁଥିଲେ।

ଗତ ପ୍ରାୟ ୩ ମାସ ପୂର୍ବେ ଭୁବନେଶ୍ବରରେ ରହୁଥିବା ଯୁବତୀଙ୍କ ଭଉଣୀର ଭୀଷଣ ଦେହ ଖରାପ ହୋଇଥିଲା। ଭଉଣୀଙ୍କୁ ଦେଖିବା ପାଇଁ ଯୁବତୀଜଣକ ଭୁବନେଶ୍ୱର ଯିବାକୁ କହିବାରୁ ଅଭିଯୁକ୍ତ ସୀମା ରାଜି ହୋଇଥିଲେ। ଉଭୟେ ଭୁବନେଶ୍ବରରେ ପହଞ୍ଚିଥିଲେ। ସେଠାରେ କିଛିଦିନ ରହିବା ପରେ ସୀମା ତାଙ୍କ ପୈତୃକ ଗାଁକୁ ଯାଇ ବୁଲି ଆସିବାକୁ ତାଙ୍କ ସ୍ତ୍ରୀଙ୍କୁ କହିବା ପରେ ସେ ରାଜି ହୋଇଥିଲେ। ପରେ ସ୍ତ୍ରୀ ସ୍ବାମୀ ସୀମାଙ୍କୁ ଫୋନ କରିବାରୁ ସେ ଫୋନ ଉଠାଇ ନ ଥିଲେ। ଗତ ରବିବାର ସ୍ତ୍ରୀ ସ୍ବାମୀଙ୍କ ଘରେ ପହଞ୍ଚିବାରୁ ସେ ତାଙ୍କୁ ଗ୍ରହଣ କରିବାକୁ ରାଜି ହୋଇ ନ ଥିଲେ। ସ୍ତ୍ରୀ ସାମୀଙ୍କ ଘର ଭିତରକୁ ଜବରଦସ୍ତ ପଶିବାକୁ ଚେଷ୍ଟା କରିବାରୁ ସ୍ବାମୀ ଓ ତାଙ୍କ ଭଉଣୀ ତାଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ମାଡ଼ ମାରିବା ସହ ସେଠାରୁ ତଡ଼ି ଦେଇଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri