ଏପଟେ ଜଳୁଥିଲା ପ୍ରେମିକ।ଙ୍କ ଜୁଇ, ସେହି ଶ୍ମଶାନରେ ରଶି ଲଗାଇ ଝୁଲିପଡ଼ିଲେ ପ୍ରେମିକ

ଦେବଗଡ଼, ୫।୧୦ (ଶଶାଙ୍କ ଶେଖର ଝାଙ୍କର): ପ୍ରେମିକାଙ୍କ ଆକସ୍ମିକ ମୃତ୍ୟୁରେ ଭାଙ୍ଗିପଡ଼ି ଆତ୍ମହତ୍ୟା କଲେ ପ୍ରେମିକ। ଏଭଳି ଏକ ଅଭାବନୀୟ ଘଟଣା ଦେବଗଡ଼ ପୌରାଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଦେବଗଡ଼ ପୌରାଞ୍ଚଳ ଦୋଳମଣ୍ଡପ ସାହିର ପ୍ରଦୀପ ନାଏକଙ୍କ ପୁଅ ସିଦ୍ଧାନ୍ତ ନାଏକ (୨୪) ପ୍ରଧାନପାଟ ସ୍ଥିତ ଶ୍ମସାନ ନିକଟରେ ଆତ୍ମହତ୍ୟା କରିଛନ୍ତି। ଏକ ରଶି ଯୋଗେ ବେକରେ ଫାଶୀ ଲଗାଇ ଗଛରେ ଝୁଲି ପଡିଥିଲେ। ସୂଚନା ଅନୁଯାୟୀ ସିଦ୍ଧାନ୍ତ ଦୀର୍ଘ ବର୍ଷ ହେଲା ଜଣେ ଯୁବତୀଙ୍କ ସହିତ ପ୍ରେମ ସମ୍ପର୍କରେ ଥିଲେ। କିନ୍ତୁ ତାଙ୍କ ପ୍ରେମିକା ରକ୍ତ ଶିକୁଳି (ସିକଲିନ) ରୋଗରେ ପୀଡିତ ଥିବା ବେଳେ ଗତକାଲି ଆକସ୍ମିକ ମୃତ୍ୟୁ ଘଟିଥିଲା। ସିଦ୍ଧାନ୍ତ ଏଥିରେ ଭାଙ୍ଗି ପଡିଥିଲେ। ସେ ତାଳଚେର ଅଞ୍ଚଳରେ କାମ କରୁଥିବା ବେଳେ ଆଜି ସେଠାରୁ ଛୁଟିରେ ଆସି ପ୍ରଧାନପାଟ ସ୍ଥିତ ଶ୍ମଶାନଘାଟରେ ଦୀର୍ଘ ସମୟ ବସି ରହିବା ପରେ ବେକରେ ଫାଶୀ ଲଗାଇ ଏକ ଗଛରେ ଝୁଲି ପଡିଥିଲେ। ସ୍ଥାନୀୟ କିଛି ଲୋକ ଏହା ଦେଖିବା ପରେ ଦେବଗଡ଼ ଥାନା ପୋଲିସକୁ ସୂଚନା ଦେଇଥିଲେ। ପରେ ପୋଲିସ ଏବଂ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଥିଲେ। ଏନେଇ ମୃତକଙ୍କ ପରିବାର ଲୋକ ଦେବଗଡ ଥାନାରେ ଲିଖିତ ଜଣାଇବା ପରେ ପୋଲିସଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି। ଶବ ଜବତ କରାଯାଇଥିବା ବେଳେ ବ୍ୟବଚ୍ଛେଦ ପାଇଁ ପାଇଁ ପଠାଇ ଦିଆଯାଇଛି।

 

ଛ୍‌ଛେେ.େ


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri