ବିବାହ ପାଇଁ ଟ୍ବିଙ୍କିଲଙ୍କ ସାମ୍ନାରେ ଅକ୍ଷୟ କୁମାର ରଖିଥିଲେ ଏଭଳି ସର୍ତ୍ତ

ମୁମ୍ବାଇ: ଖିଲାଡ଼ି କିଙ୍ଗ୍‌ ଅକ୍ଷୟ କୁମାର ଏବଂ ଟ୍ବିଙ୍କିଲ ଖାନ୍ନାଙ୍କ ଯୋଡ଼ି ବଲିଉଡ୍‌ରେ ସର୍ବୋତ୍ତମ ଯୋଡ଼ି ଭାବରେ ଗଣନା କରାଯାଏ। ୨୦୦୧ ଜାନୁୟାରୀ ୧୭ରେ ଏହି ଯୋଡ଼ି ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ତେବେ ଏହି ଦୁହିଁଙ୍କ ପ୍ରେମକାହାଣୀ କୌଣସି ଫିଲ୍ମ କାହାଣୀଠାରୁ କମ୍‌ ନୁହେଁ।


୯୦ ଦଶକରେ ରବିନା ଟଣ୍ଡନ, ଶିଳ୍ପା ଶେଟ୍ଟୀଙ୍କ ସମେତ ଅନ୍ୟ ଅଭିନେତ୍ରୀମାନଙ୍କ ସହ ଅକ୍ଷୟଙ୍କ ପ୍ରେମ ସମ୍ପର୍କକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଥିଲା। ମାତ୍ର ଟ୍ବିଙ୍କିଲଙ୍କ ସହ ଅକ୍ଷୟଙ୍କ ସମ୍ପର୍କ ଗଭୀର ଥିଲା। ଫିଲ୍ମ ଇଣ୍ଟରନ୍ୟାଶନାଲ ଖିଲାଡ଼ିର ଶୁଟିଂ ଶେଟ୍‌ରେ ଦୁହେଁ ନିକଟତର ହୋଇଥିଲେ। ଟ୍ବିଙ୍କିଲ କିନ୍ତୁ ଅକ୍ଷୟଙ୍କ ସହ ସମ୍ପର୍କ ରଖିବାକୁ ବିଶେଷ ଆଗ୍ରହୀ ନ ଥିଲେ। ସେ ଅକ୍ଷୟଙ୍କ ସହ ମାତ୍ର ୧୫ ଦିନ ସମୟ କାଟିବାକୁ ଯୋଜନା କରିଥିଲେ। ମାତ୍ର ଧୀରେ ଧୀରେ ଏହି ସମ୍ପର୍କ ବଢ଼ିବାକୁ ଲାଗିଲା।


ଅକ୍ଷୟ ପ୍ରଥମେ ଟ୍ବିଙ୍କଲଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ଟ୍ବିଙ୍କିଲ ପ୍ରଥମେ ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ। ସେତେବେଳେ ତାଙ୍କ ଫିଲ୍ମ ‘ମେଲା’ ରିଲିଜ ହେବାର ଥିଲା। ପରେ ଅକ୍ଷୟ ଟ୍ବିଙ୍କିଲଙ୍କ ସାମ୍ନାରେ ଏକ ସର୍ତ୍ତ ରଖିଥିଲେ। ଯଦି ‘ମେଲା’ ଫ୍ଲପ ହୁଏ ତେବେ ଟ୍ବିଙ୍କଲ ତାଙ୍କୁ ବିବାହ କରିବେ। ଅକ୍ଷୟଙ୍କ ଏହି ସର୍ତ୍ତକୁ ମାନି ନେଇଥିଲେ ଟ୍ବିଙ୍କିଲ। ପରେ ଦୁହିଁଙ୍କ ବିବାହ ହୋଇଥିଲା। ବର୍ତ୍ତମାନ ପୁଅ ଆରବ ଏବଂ ଝିଅ ନିତାରାଙ୍କୁ ନେଇ ତାଙ୍କର ହସଖୁସିର ସଂସାର ରଥ ଆଜି ପର୍ଯ୍ୟନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?