ତ୍ରିକୋଣୀୟ ପ୍ରେମରୁ ହତ୍ୟା ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୮।୩: ତ୍ରିକୋଣୀୟ ପ୍ରେମ ସମ୍ପର୍କକୁ ନେଇ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ହୋଇଥିବା ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ବାନ୍ଧିଛି ପୋଲିସ। ଅଞ୍ଜନ ବେହେରା ହତ୍ୟା ମାମଲାରେ ଲକ୍ଷ୍ମୀସାଗର ପୋଲିସ ଭୁବନେଶ୍ୱରର ସାଲିଆ ସାହି ବସ୍ତିରୁ କାହ୍ନା ପ୍ରଧାନ ଏବଂ ନିହାରିକାଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ରକ୍ତ ଜୁଡୁବୁଡୁ ଧାରୁଆ ଅସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି। ଏହି ଅପରାଧରେ ସମ୍ପୃକ୍ତ ଥିବା ଅନ୍ୟ ଚାରିଜଣଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ କରୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ଏହି ପ୍ରେମୀଯୁଗଳ ଗୌତମଙ୍କୁ ହତ୍ୟା ପାଇଁ ଷଡଯନ୍ତ୍ର କରିଥିଲେ, ଯିଏ ନିହାରିକାଙ୍କୁ ପୁର୍ବରୁ ପ୍ରେମ କରୁଥିଲେ। ଖବର ଅନୁଯାୟୀ, ମାର୍ଚ୍ଚ ୧୬ ରାତିରେ ଏହି ତ୍ରିକୋଣୀୟ ପ୍ରେମ କାହାଣୀରେ ବଳି ପଡିଥିତେ ଅଞ୍ଜନ। ଲକ୍ଷ୍ମୀସାଗର ଥାନାରେ ଅଞ୍ଜନଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ହତ୍ୟା ମାମଲାର ତଦନ୍ତ ଆରମ୍ଭ ହୋଇଥିଲା।

ଅନୁସନ୍ଧାନ ବେଳେ ଅଞ୍ଜନ ବେହେରା ଏକ କ୍ୟାଟରିଂ କମ୍ପାନୀ ସହ କାମ କରୁଥିବା ପୋଲିସ ଜାଣିବାକୁ ପାଇଛି। ତାଙ୍କ ସହକର୍ମୀ ଗୌତମ, ସ୍କୁଲ ଦିନରୁ ଭୁବନେଶ୍ୱରର ଏକାମ୍ର କଲେଜର ଯୁକ୍ତ-୩ ଦ୍ୱିତୀୟ ବର୍ଷର ଛାତ୍ରୀ ନିହାରିକାଙ୍କୁ ଏକ ପାଖିଆ ଭଲ ପାଉଥିଲେ। ଅନ୍ୟପଟେ ନିହାରିକା କାହ୍ନା ପ୍ରଧାନଙ୍କ ସହିତ ପ୍ରେମ ସମ୍ପର୍କରେ ଥିଲେ। ତେବେ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଗୌତମ ପଠାଉଥିବା ମେସେଜ୍‌ର କୌଣସି ପ୍ରତିକ୍ରିୟା ଦେଇନଥିଲେ ନିହାରିକା।

ତେବେ ମାର୍ଚ୍ଚ ୧୫ ରେ, ନିହାରିକା ପରୀକ୍ଷା ପାଇଁ କଲେଜ ଯାଇଥିଲେ। ଯେଉଁଠି ସେ ପରୀକ୍ଷାରେ ଦେଇ ଫେରୁଥିବାବେଳେ ଗୌତମ ତାଙ୍କୁ ଅଟକାଇ ପ୍ରେମ ପାଇଁ ପୁନର୍ବାର ନିବେଦନ କରିଥିଲେ ଯାହା ଫଳରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ନିହାରିକା କାହ୍ନା ପ୍ରଧାନ ଛଦ୍ମନାମ ପିଙ୍କୁଙ୍କୁ ଆସି ଏହି ଘଟଣା ବିଷୟରେ କହିଥିଲେ। ଏଥିରେ ପ୍ରତିକ୍ରିୟାଶୀଳ ହୋଇ ପିଙ୍କୁ ଗୌତମଙ୍କୁ କଥା ହେବା ପାଇଁ ଡାକିଥିଲେ।

ଘଟଣା ଦିନ ରାତିରେ ଗୌତମ ଏବଂ ତାଙ୍କ ସାଙ୍ଗ ଅଞ୍ଜନ, ସୁବାଷ ଏବଂ ଦୀପକ ପ୍ରଧାନ ଜଟଣୀରେ କାମରୁ ଫେରୁଥିଲେ। କାହ୍ନା, ନିହାରିକା ଏବଂ ଅନ୍ୟ ଚାରିଜଣ ସେମାନଙ୍କୁ ଟାନ୍ତାମଣିଶ୍ୱର ରାସ୍ତାରେ ଅଟକାଇଥିଲେ। ଏହାପରେ ସେମାନେ ଗୌତମ ସହ ଯୁକ୍ତିତର୍କ କରିଥିଲେ। ଯେତେବେଳେ ଅଞ୍ଜନ ଏହାକୁ ବନ୍ଦ କରିବାକୁ ଚେଷ୍ଟା କରିଥିଲେ, ସେତେବେଳେ କାହ୍ନା ପ୍ରଧାନ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। କାନ୍ଧରେ ଗଭୀର ଆଘାତ ଲାଗି ଅଞ୍ଜନ ତଳେ ପଡିଯାଇଥିଲେ ଏବଂ ଅନ୍ୟମାନେ ଘଟଣାସ୍ଥଳରୁ ଖସିଯିବାରେ ସଫଳ ହୋଇଥିଲେ। ଏହାପରେ ଅଞ୍ଜନଙ୍କୁ ଡାକ୍ତରଖାନା ନିଆଯାଇଥିଲା ଯେଉଁଠାରେ ଅତ୍ୟଧିକ ରକ୍ତସ୍ରାବ ହେତୁ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଡିସିପି କହିଛନ୍ତି। ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଖୋଜିବା ପାଇଁ ଏକ ସୱତନ୍ତ୍ର ଟିମ ଗଠନ କରାଯାଇଥିଲା। ଅନୁସନ୍ଧାନରୁ ଜଣାପଡିଛି ଯେ ପୂର୍ବରୁ ଦୁଇଟି ଚୋରି ମାମଲାରେ କାହ୍ନ ପ୍ରଧାନଙ୍କୁ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?