ଆରମ୍ଭ ହେଲା ପ୍ରେମ ସପ୍ତାହ

ଭୁବନେଶ୍ୱର,୭।୨(ବ୍ୟୁରୋ): ବର୍ଷକର ଅପେକ୍ଷା ପରେ ଆସିଛି ପ୍ରେମୀ ଯୁଗଳଙ୍କ ପାଇଁ ବିଶେଷ ଦିନ ଭାଲେଣ୍ଟାଇନ୍ସ ଡେ’। ଏ ନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଫେବୃୟାରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ ହେଉଥିବାବେଳେ ୭ତାରିଖ ସୋମବାରଠାରୁ ଆରମ୍ଭ ହେଉଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରେମିକା ପ୍ରେମିକମାନେ ବେଶ୍‌ ଉତ୍ସାହିତ ହୋଇ ଏହି ସପ୍ତାହକୁ ପାଳନ କରିବା ପାଇଁ ଲାଗିପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ଫୁଲ ଦୋକାନ, କାର୍ଡ ଓ ଗିଫ୍ଟ ଦୋକାନଗୁଡିକରେ ମଧ୍ୟ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରେମ ସପ୍ତାହର ପ୍ରଥମ ଦିନ ଅର୍ଥାତ୍‌ ୭ ତାରିଖକୁ ରୋଜ ଡେ, ୮କୁ ପ୍ରପୋଜ୍‌ ଡେ, ୯କୁ ଚକୋଲେଟ୍‌ ଡେ, ୧୦କୁ ଟେଡି ଡେ, ୧୧କୁ ପ୍ରମିଜ୍‌ ଡେ, ୧୨କୁ ହଗ୍‌ ଡେ, ୧୩କୁ କିସ୍‌ ଡେ ଓ ଫେବୃୟାରୀ ୧୪କୁ ଭାଲେଣ୍ଟାଇନ୍ସ ଡେ ଭାବେ ପାଳନ କରାଯାଏ। ମନର ମଣିଷ ପାଇଁ ଏହି ଦିନକୁ କିଏ କେତେ ସ୍ପେଶାଲ ଭାବେ ପାଳନ କରିବ ସେଥିପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। କେବଳ ପ୍ରେମିକା ପ୍ରେମିକ ନୁହେଁ ବରଂ ବିବାହିତ ଯୋଡ଼ିଙ୍କ ପାଇଁ ମଧ୍ୟ ଏହା ଗୁରୁତ୍ୱ ବହନ କରିଥାଏ। ସେଥିପାଇଁ କିଏ ଏହି ଦିନଟିକୁ ବାହାରେ ବୁଲାବୁଲି କରି ବିତାଇବାକୁ ଯୋଜନା କରିଛନ୍ତି ତ, ଆଉ କେହି ଫିଲ୍ମ ଦେଖିବା, ରୋମାଣ୍ଟିକ୍‌ ଡିନର, ଲଙ୍ଗ୍‌ ଡ୍ରାଇଭ୍‌, ପାର୍କ, ମଲକୁ ଯାଇ କାଟିବାକୁ ପ୍ଲାନିଂ କରିଛନ୍ତି। ପ୍ରେମୀଯୁଗଳଙ୍କ ପାଇଁ ସବୁଦିନ ପ୍ରେମମୟ। ମାତ୍ର ବର୍ଷକୁ ଥରେ ଆସୁଥିବା ଏହି ଭାଲେଣ୍ଟାଇନ୍ସ ଡେ’ର ଏକ ସ୍ବତନ୍ତ୍ରତା ରହିଛି, ଯାହାର ଭରପୂର ମଜା ନେବା ପାଇଁ ପ୍ରେମୀମାନେ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri