ଆରମ୍ଭ ହେଲା ପ୍ରେମ ସପ୍ତାହ

ଭୁବନେଶ୍ୱର,୭।୨(ବ୍ୟୁରୋ): ବର୍ଷକର ଅପେକ୍ଷା ପରେ ଆସିଛି ପ୍ରେମୀ ଯୁଗଳଙ୍କ ପାଇଁ ବିଶେଷ ଦିନ ଭାଲେଣ୍ଟାଇନ୍ସ ଡେ’। ଏ ନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଫେବୃୟାରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ ହେଉଥିବାବେଳେ ୭ତାରିଖ ସୋମବାରଠାରୁ ଆରମ୍ଭ ହେଉଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରେମିକା ପ୍ରେମିକମାନେ ବେଶ୍‌ ଉତ୍ସାହିତ ହୋଇ ଏହି ସପ୍ତାହକୁ ପାଳନ କରିବା ପାଇଁ ଲାଗିପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ଫୁଲ ଦୋକାନ, କାର୍ଡ ଓ ଗିଫ୍ଟ ଦୋକାନଗୁଡିକରେ ମଧ୍ୟ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରେମ ସପ୍ତାହର ପ୍ରଥମ ଦିନ ଅର୍ଥାତ୍‌ ୭ ତାରିଖକୁ ରୋଜ ଡେ, ୮କୁ ପ୍ରପୋଜ୍‌ ଡେ, ୯କୁ ଚକୋଲେଟ୍‌ ଡେ, ୧୦କୁ ଟେଡି ଡେ, ୧୧କୁ ପ୍ରମିଜ୍‌ ଡେ, ୧୨କୁ ହଗ୍‌ ଡେ, ୧୩କୁ କିସ୍‌ ଡେ ଓ ଫେବୃୟାରୀ ୧୪କୁ ଭାଲେଣ୍ଟାଇନ୍ସ ଡେ ଭାବେ ପାଳନ କରାଯାଏ। ମନର ମଣିଷ ପାଇଁ ଏହି ଦିନକୁ କିଏ କେତେ ସ୍ପେଶାଲ ଭାବେ ପାଳନ କରିବ ସେଥିପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। କେବଳ ପ୍ରେମିକା ପ୍ରେମିକ ନୁହେଁ ବରଂ ବିବାହିତ ଯୋଡ଼ିଙ୍କ ପାଇଁ ମଧ୍ୟ ଏହା ଗୁରୁତ୍ୱ ବହନ କରିଥାଏ। ସେଥିପାଇଁ କିଏ ଏହି ଦିନଟିକୁ ବାହାରେ ବୁଲାବୁଲି କରି ବିତାଇବାକୁ ଯୋଜନା କରିଛନ୍ତି ତ, ଆଉ କେହି ଫିଲ୍ମ ଦେଖିବା, ରୋମାଣ୍ଟିକ୍‌ ଡିନର, ଲଙ୍ଗ୍‌ ଡ୍ରାଇଭ୍‌, ପାର୍କ, ମଲକୁ ଯାଇ କାଟିବାକୁ ପ୍ଲାନିଂ କରିଛନ୍ତି। ପ୍ରେମୀଯୁଗଳଙ୍କ ପାଇଁ ସବୁଦିନ ପ୍ରେମମୟ। ମାତ୍ର ବର୍ଷକୁ ଥରେ ଆସୁଥିବା ଏହି ଭାଲେଣ୍ଟାଇନ୍ସ ଡେ’ର ଏକ ସ୍ବତନ୍ତ୍ରତା ରହିଛି, ଯାହାର ଭରପୂର ମଜା ନେବା ପାଇଁ ପ୍ରେମୀମାନେ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri