ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ

ହୃଦୟରୁ ପ୍ରେମର ସୃଷ୍ଟି। ଏହି ହୃଦୟ ବା ଦିଲ୍‌ ଯେତେଦିନ ନିର୍ମଳ ରହେ ପ୍ରେମ ସେତେ ଗାଢ଼ ରହିଥାଏ। ଏହା ଭିତରେ ଲୁଚି ରହିଥିବା ଅନେକ କଥା ପାଟିରେ କହି ନ ହେଲେ ମଧ୍ୟ ଆଖିରୁ ଜଣାପଡିଯାଏ। ତେବେ ନିଜ ପ୍ରେମ ପାଇଁ ଏହି ପ୍ରେମୀ ଯୁଗଳ କେତେ ସମର୍ପିତ ଆଉ ତାହାକୁ ସଫଳ କରିବାକୁ ସେମାନେ କିପରି ବିଭିନ୍ନ ବାଧାବିଘ୍ନର ସମ୍ମୁଖୀନ ହେଉଛନ୍ତି ଏବଂ ତାହାକୁ ସାହସର ସହ ସାମନା କରୁଛନ୍ତି ତାହାକୁ ଆଧାର କରି କାହାଣୀ ଗତିଶୀଳ। ତେବେ ଏହି ପ୍ରେମ କାହାଣୀରେ ଭିନ୍ନତା ରହିଛି। ହଁ, ଏହାକୁ ଆଧାର କରି ନିର୍ମିତ ହୋଇଛି ଓଡ଼ିଆ ସିନେମା ‘ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ’। ସାଇଶ୍ରୀ ଫିଲ୍ମସ ଏବଂ ଏ.ପି. ପ୍ରଡକ୍ସନ ବ୍ୟନରରେ ଉକ୍ତ ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି ଆଶିଷ ପ୍ରତାପ ସାମଲ। କାହାଣୀ ଏବଂ ଚିତ୍ରନାଟ୍ୟ ରଚନା କରିବା ସହ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ବିବେକ କୁମାର। ସତ୍ୟ ସଂଳାପ ରଚନା କରିଥିବା ବେଳେ ଗୀତଗୁଡିକୁ ସ୍ବର ଦେଇଛନ୍ତି ଆଗଧାଡିର ସ୍ବର ସଂଯୋଜକ ବୈଦନାଥ ଦାଶ। ଗୀତଗୁଡିକ ପାଇଁ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଅସୀମା ପଣ୍ଡା, ଅନ୍ତରା ଚକ୍ରବର୍ତ୍ତୀ, ସୌମ୍ୟା ପାଢ଼ୀ ଏବଂ ଗୌରବ। ଏହି ଫିଲ୍ମରୁ ନିଜର ଓଲିଉଡ୍‌ କ୍ୟାରିୟର ଆରମ୍ଭ କରୁଛନ୍ତି ଆଶିଷ ଏବଂ ତାଙ୍କ ସହ ସ୍କ୍ରିନ୍‌ ସେୟାର କରୁଛନ୍ତି ଲିପସା। ଏମାନଙ୍କ ବ୍ୟତୀତ ଇପସିତା, ଜୀବନ ପଣ୍ଡା, ଐଶ୍ୱର୍ଯ୍ୟା, ଶଙ୍କର, ପରୀ, ଲକ୍ଷ୍ମୀପ୍ରିୟାଙ୍କୁ ବିଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। ଚିତ୍ରଟିର ଅଡିଓ ରିଲିଜ ନିକଟରେ ଅନୁଷ୍ଠିତ ହୋଇଯାଇଛି ଏବଂ ସିନେମାଟି ଖୁବ୍‌ ଶୀଘ୍ର ପରଦା ଉପରକୁ ଆସିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?