ସରପଞ୍ଚଙ୍କ ମଧ୍ୟସ୍ଥତାରେ ବିବାହ ବନ୍ଧନରେ ବାନ୍ଧି ହେଲେ ପ୍ରେମୀଯୁଗଳ

ନାକଟିଦେଉଳ,୨୪ା୧(ବୈକୁଣ୍ଠନାଥ ସାହୁ): ଦୀର୍ଘ ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ହେଲେ ଉଭୟଙ୍କ ବାହା ଘରେ ବାଧକ ସାଜିଥିଲେ ଉଭୟଙ୍କ ପରିବାର ଲୋକେ। ତେବେ ସ୍ଥାନୀୟ ସରପଞ୍ଚଙ୍କ ଉଦ୍ୟମକ୍ରମେ ଶିବ ମନ୍ଦିରରେ ପ୍ରେମୀ ଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ଘଟଣା ଘଟିଛି ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅଧୀନ ପାଣିଗ୍ରାହୀପାଲି ଗ୍ରାମରେ। ଗ୍ରାମର ତୋଫାନ ରାଉଳ ଏବଂ ସନ୍ତୋଷିନୀ ପ୍ରଧାନ ଦୀର୍ଘବର୍ଷ ହେଲା ପରସ୍ପରକୁ ଭଲ ପାଇ ଆସୁଥିଲେ। ହେଲେ ଏଥିରେ ଉଭୟ ପରିବାରର ଲୋକେ ରାଜି ହେଉ ନ ଥିଲେ l

ସନ୍ତୋଷିନୀଙ୍କ ପରିବାର ଲୋକେ ଗିରିଶ୍ଚନ୍ଦ୍ରପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଶୁଭେନ୍ଦ୍ର ପ୍ରଧାନଙ୍କୁ ଘଟଣାରେ ହସ୍ତକ୍ଷେପ କରି ସମାଧାନ କରିବାକୁ ଅନୁରୋଧ କରିଥିଲେ l ସରପଞ୍ଚ ପ୍ରଧାନ ଉଭୟ ପରିବାରକୁ ଗିରିଶଚନ୍ଦ୍ରପୁର ଶିବ ମନ୍ଦିର ପ୍ରାଙ୍ଗଣକୁ ଡକାଇ ଆଲୋଚନା କରିଥିଲେ। ବୁଝାଶୁଝା ପରେ ଶେଷରେ ପୁଅ ଝିଅଙ୍କୁ ବାହାଘର କରିବାକୁ ଉଭୟ ପରିବାର ରାଜି ହୋଇଥିଲେ। ଶିବ ମନ୍ଦିରରେ ପୂଜକଙ୍କ ମନ୍ତ୍ର ପାଠରେ ତୋଫାନ ଏବଂ ସନ୍ତୋଷିନୀ ପରସ୍ପରକୁ ବରଣମାଳା ପିନ୍ଧାଇଥିଲେ। ତୋଫାନ ସନ୍ତୋଷିନୀଙ୍କ ହାତରେ ଶଙ୍ଖା ଏବଂ ମଥାରେ ସିନ୍ଦୂର ଦେଇ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ l ଏହାପରେ ସ୍ବାମୀ ସହିତ ଶାଶୁ ଘରକୁ ଚାଲି ଯାଇଥିଲେ ପତ୍ନୀ ସନ୍ତୋଷିନୀ l ମନ୍ଦିରରେ ଏହି ବିବାହ କାର୍ଯ୍ୟକ୍ରମ ସମୟରେ ସରପଞ୍ଚ ଶୁଭେନ୍ଦ୍ର ପ୍ରଧାନଙ୍କ ସମେତ ଉଭୟ ପରିବାରର ସଦସ୍ୟ, ମନ୍ଦିର କମିଟି ସଦସ୍ୟ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?