କିନ୍ନରଙ୍କୁ ପ୍ରେମ କରି କରିଥିଲେ ବିବାହ, ପରେ ପ୍ରତାରଣା କରି…

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପୋଲିସ କହିଛି, ବର୍ଷେ ତଳେ ଅଭିଯୋଗକାରୀ କିନ୍ନରଙ୍କ ସହ କାମାକ୍ଷାନଗର ଥାନା ରାଜକୁଳାକାଟେଣୀ ଗ୍ରାମର ଦୀପ୍ତିମୟ ମହାରଣାଙ୍କ ସାକ୍ଷାତ ହୋଇଥିଲା। ପରେ ଉଭୟଙ୍କ ମଧ୍ୟରେ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ଏହାପରେ ଦୁହେଁ ଭୁବନେଶ୍ୱରରେ ଲିଭ ଇନ୍‌ ରିଲେଶନ୍‌ଶିପରେ ରହିଥିଲେ। ସେମାନେ ଠାକୁରଙ୍କୁ ସାକ୍ଷୀ ରଖି ବିବାହ ମଧ୍ୟ କରିଥିଲେ। କିନ୍ତୁ ଏହି ବିବାହରେ ଦୀପ୍ତିମୟଙ୍କ ପରିବାର ଲୋକେ ରାଜି ନ ଥିଲେ। ତଥାପି ଦୀପ୍ତିମୟ କୋର୍ଟ ମ୍ୟାରେଜ କରିବାର ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏହି ବର୍ଷକ ମଧ୍ୟରେ ଦୀପ୍ତିମୟ ସମ୍ପୃକ୍ତ କିନ୍ନରଙ୍କ ଠାରୁ ବିଭିନ୍ନ ସମୟରେ ଟଙ୍କା ଓ ସୁନା ଅଳଙ୍କାର ନେଇଥିଲେ। ଶେଷରେ ଦୀପ୍ତିମୟ ତାଙ୍କୁ ପ୍ରତାରଣ କରିଥିବା କିନ୍ନର ଜଣକ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଅପରପକ୍ଷରେ ଅଭିଯୁକ୍ତ ଦୀପ୍ତିମୟ ଫେରାର ହୋଇଯାଇଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri