ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା ପ୍ରେମିକାଙ୍କ ଗର୍ଭପାତ ହୋଇଛି। ଗତ ୩ତାରିଖରେ ଏଭଳି ଅମାନବୀୟ ଘଟଣା ଘଟିଛି। ତେବେ ମାମଲା ରୁଜୁ ହୋଇ ନ ଥିବାରୁ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିଲା। ଡାକ୍ତରଖାନାରେ ମୃତ୍ୟୁ ସହିତ ସଂଘର୍ଷ କରୁଥିବା ଯୁବତୀଙ୍କ ବୟାନ ରେକର୍ଡ ପରେ ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରିଛି।

ପୋଲିସ ସୂଚନା ଅନୁଯାୟୀ, ପଙ୍ଗାତୀରା ଗ୍ରାମର ସତ୍ୟାନନ୍ଦ ନାଏକ (୩୬) ବିବାହିତ। ତାଙ୍କର ୨ ସନ୍ତାନ ଅଛନ୍ତି। ଏହି କଥା ଲୁଚାଇ ସେ ଅନୁଗୋଳ ଜିଲା ବଅଁରପାଳ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ସମ୍ପର୍କ ବଢ଼ାଇଥିଲେ। ବିବାହ ପ୍ରତିଶ୍ରୁତି ଦେଇ ତାଙ୍କୁ ଆନ୍ଧ୍ରପ୍ରଦେଶର କାକିନାଡ଼ା ନେଇଯାଇଥିଲେ। ସେଠାରେ ଦୁହେଁ ଏକାଠି ରହୁଥିଲେ। ଇତିମଧ୍ୟରେ ଯୁବତୀ ଜଣକ ୯ ମାସର ଗର୍ଭବତୀ ଥିଲେ। ତେବେ ସତ୍ୟାନନ୍ଦଙ୍କ ବାପାଙ୍କ ଦେହାନ୍ତ ହୋଇଯିବାରୁ ଶୁଦ୍ଧିକ୍ରିୟା ପାଇଁ ସେ ଯୁବତୀଙ୍କ ସହ ଟ୍ରେନ୍‌ରେ ଗତ ୩ ତାରିଖରେ ଆସି ତାଳଚେର ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଏକ ଅଟୋରିକ୍ସାରେ ପଙ୍ଗାତୀରା ଆସୁଥିଲେ। ତେବେ ଯୁବତୀଙ୍କ ସହିତ ସମ୍ପର୍କ କଥା ପ୍ରଘଟ ହେବା ଭୟ ଘାରିଥିଲା। ତେଣୁ ତାଙ୍କୁ ହତ୍ୟା କରିବାକୁ ସେ ଯୋଜନା କରିଥିଲେ। ଗାଡ଼ିରୁ ଓହ୍ଲାଇବା ପରେ ଗଁା ନିକଟ ଗତରେଇ ଜଙ୍ଗଲରେ ସତ୍ୟାନନ୍ଦ ଯୁବତୀଙ୍କୁ ପଥରରେ ଆକ୍ରମଣ କରିବା ସହ ପେଟକୁ ଗୋଇଠା ମାରି ହତ୍ୟା ଉଦ୍ୟମ କରିଥିଲେ। ଯୁବତୀ ଜଣକ ସଂଜ୍ଞାହୀନ ହୋଇ ପଡ଼ିଯିବା ପରେ ତାଙ୍କର ମୃତ୍ୟୁ ହୋଇଥିବା ଭାବି ଅଭିଯୁକ୍ତ ଘରକୁ ପଳାଇ ଯାଇଥିଲେ। ତେବେ ଚେତା ଫେରିପାଇବା ପରେ ଯୁବତୀ ଜଣକ ଗ୍ରାମରେ ପହଞ୍ଚତ୍ ସମସ୍ତ ଘଟଣା ବଖାଣିଥିଲେ। ସୂଚନା ପାଇ ପରଜଙ୍ଗ ପୋଲିସର ଏକ ଟିମ୍‌ ପହଞ୍ଚତ୍ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ଯୁବତୀଙ୍କ ଚିକିତ୍ସା ଜାରିରହିଛି। ପେଟରେ ଆଘାତ ଯୋଗୁ ଯୁବତୀଙ୍କ ଗର୍ଭ ନଷ୍ଟ ହୋଇଯାଇଛି ଏବଂ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଡାକ୍ତରୀଟିମ୍‌ କହିଛନ୍ତି। ପରଜଙ୍ଗ ପୋଲିସ ଯୁବତୀଙ୍କ ବୟାନ ରେକର୍ଡ କରିଛି। ମହାବିରୋଡ ଫାଣ୍ଡି ପୋଲିସ ଶନିବାର ସତ୍ୟାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ କାମାକ୍ଷାନଗର ଜେଲକୁ ପଠାଇ ଦିଆଯାଇଛି। ଏ ନେଇ ନଂ. ୨୨୧/୨୧ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri