ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ପ୍ରେମିକ ନିଜ ପ୍ରେମିକାକୁ ପାଇବା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି କପିଳେଶ୍ବର ମନ୍ଦିରକୁ ଯାଇଥିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଯୁବକ ଜଣକ ହେଲେ ମୁନିଗୁଡା ବ୍ଲକ ଇଚ୍ଛାପୁର ପଞ୍ଚାୟତ ଅନ୍ତର୍ଗତ ଡାଙ୍ଗବାଡ଼ି ଗ୍ରାମର ଗୁରୁଦାସ ଡଙ୍ଗରି ଓ ମରିଚ ଡଙ୍ଗରିଙ୍କ ପୁଅ ଲୋକନାଥ ଡଙ୍ଗରି ।

ସୂଚନା ଅନୁସାରେ, ସେ ଜଣେ ଯୁବତୀକୁ ପ୍ରେମ କରୁଛନ୍ତି । ପ୍ରେମକୁ ସାକାର ରୂପ ଦେବାକୁ ସେ ଏଭଳି କରିଥିବା ଜଣାପଡିଛି । ଲୋକନାଥ ଜଣେ ଶିକ୍ଷିତ ଯୁବକ ସହ ଚେନ୍ନାଇର ଏକ କମ୍ପାନୀରେ ଅପରେଟର ଭାବେ କାର୍ଯ୍ୟ କରନ୍ତି । ସେ ନିଜ ପ୍ରେମିକାକୁ ପାଇବା ପାଇଁ ଡାଙ୍ଗବାଡ଼ି ଠାରୁ ଅମ୍ନାଭଟା ଶିବ ମନ୍ଦିରକୁ ପ୍ରାୟ ୪ କିଲୋମିଟର ରାସ୍ତାରେ ଗଡ଼ିଗଡ଼ି ଆସି ମହାଦେବଙ୍କ ଦର୍ଶନ କରି ମାନସିକ ପୂରଣ କରିଥିଲେ ।

ଭୋର ୩ଟାରୁ ସେ ରାସ୍ତାରେ ଗଡିବା ଆରମ୍ଭ କରିଥିଲେ। ଏହି ପ୍ରକ୍ରିୟା ସମାପ୍ତ ପାଇଁ ତାଙ୍କୁ ୮ ଘଣ୍ଟା ସମୟ ଲାଗି ଯାଇଥିଲା। ପୁଅର ଶାଶ୍ବତ ପ୍ରେମକୁ ସାର୍ଥକ କରିବା ପାଇଁ ଉଭୟ ପିତାମାତା ଓ ସମ୍ପର୍କୀୟ ରାସ୍ତାରେ ଗଡ଼ିଗଡ଼ି ଯାଉଥିବା ସମୟରେ ବସ୍ତ୍ର ପକାଇ ତାଙ୍କୁ ସହାୟତା କରିଥିବା ଦେଖାଯାଇଥିଲା । ତେବେ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ଯୁବକଙ୍କ ପ୍ରେମକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?