କିଆଗଛରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଗୋପାଳପୁର,୧୨ା୮ (ଡି.ଏନ୍‌.ଏ.):ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ସେମାନେ ହେଲେ ରାମେୟାପାଟଣା ଓଡିଆରପି କଲୋନୀର ଗୁରୁବାରି ନାୟକ(୨୪) ଓ ବି.ମନୋହର ଗ୍ରାମର ଦୀପା ନାୟକ (୨୦)।
ଖବର ଅନୁସାରେ, ଦୀର୍ଘଦିନ ଧରି ଗୁରୁବାରିଙ୍କ ସହିତ ଦୀପାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଗତ ୧୫ ଦିନ ତଳେ ଦୀପାଙ୍କୁ ଆଣି ଗୁରୁବାରି ନିଜ ଘରେ ରହୁଥିଲେ। ବୁଧବାର ଗୁରୁବାରିଙ୍କ ବାପା ଓ ମା’ କାମ କରିବାକୁ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ସନ୍ଧ୍ୟାରେ ଘର ପାଖରେ ଥିବା କିଆଗଛରେ ଗୁରୁବାରି ରଶି ଲଗାଇ ଓ ଦୀପା ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିଲେ। ଗୁରୁବାରିଙ୍କ ବାପା ମୋହନ ନାୟକ କାମରୁ ଫେରିବା ବେଳେ ଉଭୟ କିଆଗଛରେ ଝୁଲୁଥିତ୍ବା ଦେଖିବାକୁ ପାଇଥିଲେ। ସେମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁବାର ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ, ଏଏସଆଇ ଗୁଣନିଧି ରାଉତ ଓ ଅନ୍ୟ ଅଧିକାରୀ ବ୍ରହ୍ମପୁର ବଡ଼ ମେଡିକାଲରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବା ପରେ ଅପରାହ୍ନରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଛି। ଏ ନେଇ ମୋହନ ଓ ଦୀପାଙ୍କ ମା’ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ଥାନା କେସ୍‌ ନଂ. ୨୨ ଓ ୨୩/୨୨ ପ୍ରକାରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଉଭୟ ଆତ୍ମହତ୍ୟା କଲେ ସେ ନେଇ ତଦନ୍ତ କରାଯାଉଥିତ୍ବା ଥାନା ଅଧିକାରୀ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri