କିଆଗଛରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଗୋପାଳପୁର,୧୨ା୮ (ଡି.ଏନ୍‌.ଏ.):ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ସେମାନେ ହେଲେ ରାମେୟାପାଟଣା ଓଡିଆରପି କଲୋନୀର ଗୁରୁବାରି ନାୟକ(୨୪) ଓ ବି.ମନୋହର ଗ୍ରାମର ଦୀପା ନାୟକ (୨୦)।
ଖବର ଅନୁସାରେ, ଦୀର୍ଘଦିନ ଧରି ଗୁରୁବାରିଙ୍କ ସହିତ ଦୀପାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଗତ ୧୫ ଦିନ ତଳେ ଦୀପାଙ୍କୁ ଆଣି ଗୁରୁବାରି ନିଜ ଘରେ ରହୁଥିଲେ। ବୁଧବାର ଗୁରୁବାରିଙ୍କ ବାପା ଓ ମା’ କାମ କରିବାକୁ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ସନ୍ଧ୍ୟାରେ ଘର ପାଖରେ ଥିବା କିଆଗଛରେ ଗୁରୁବାରି ରଶି ଲଗାଇ ଓ ଦୀପା ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିଲେ। ଗୁରୁବାରିଙ୍କ ବାପା ମୋହନ ନାୟକ କାମରୁ ଫେରିବା ବେଳେ ଉଭୟ କିଆଗଛରେ ଝୁଲୁଥିତ୍ବା ଦେଖିବାକୁ ପାଇଥିଲେ। ସେମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁବାର ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ, ଏଏସଆଇ ଗୁଣନିଧି ରାଉତ ଓ ଅନ୍ୟ ଅଧିକାରୀ ବ୍ରହ୍ମପୁର ବଡ଼ ମେଡିକାଲରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବା ପରେ ଅପରାହ୍ନରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଛି। ଏ ନେଇ ମୋହନ ଓ ଦୀପାଙ୍କ ମା’ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ଥାନା କେସ୍‌ ନଂ. ୨୨ ଓ ୨୩/୨୨ ପ୍ରକାରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଉଭୟ ଆତ୍ମହତ୍ୟା କଲେ ସେ ନେଇ ତଦନ୍ତ କରାଯାଉଥିତ୍ବା ଥାନା ଅଧିକାରୀ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

13131313

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

78 1

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

3232 1

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Your Paragraph Text

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

89 4

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Yfguyfgy

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri