ମକର ବୁଲି ଯାଇଥିଲେ ପ୍ରେମୀଯୁଗଳ: ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

କାଲିମେଳା, ୨୩।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗମ୍ଫାକୋଣ୍ଡା ପଞ୍ଚାୟତ ଅନ୍ତର୍ଗତ ତୁମୁକିମାଡକା ଗାଁ ନିକଟ ଜଙ୍ଗଲରୁ ଯୁବକ ଯୁବତୀ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି l ଜଙ୍ଗଲ ଭିତରେ ଏକ ଗଛରେ ଯୁବକଯୁବତୀଙ୍କ ମୃତଦେହ ଝୁଲି ରହିଛି। ଘଟଣାଟି ୩ ରୁ ୪ ଦିନ ହୋଇଥିବା ଅନୁମାନ କରାଯାଉଛି l ମୃତ ଯୁବକ ଯୁବତୀଙ୍କ ଘର ତୁମୁକିମାଡକା ଗ୍ରାମର ବୁଲି ଜଣାପଡିଛି l ମୃତ ଯୁବକ ମାଲା ପଡିଆମିଙ୍କ ପୁଅ ପଦିଆ ପଡିଆମି (୨୦) ହୋଇଥବାବେଳେ ଯୁବତୀ ଜଣଙ୍କ ପଦିଆ ମାଡକାମିଙ୍କ ଝିଅ ବିତିକା ମାଡକାମି (୧୮) ବୋଲି ଜଣାପଡିଛି l ଏନେଇ ଯୁବତୀଙ୍କ ବାପା ପଦିଆ ମାଡକାମି କାଲିମେଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l
ଖବର ପାଇ କାଲିମେଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ପାଇଁ କୋରାପୁଟରୁ ସାଇଣ୍ଟିଫିକ ଟିମ ଡାକି ଅଧିକ ତଦନ୍ତ କରୁଥିବା ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ସୂଚନା ଦେଇଛନ୍ତି l
ସୂଚନା ଅନୁଯାୟୀ, ମୃତ ଯୁବତୀଯୁବକ ଗୋଟିଏ ଗ୍ରାମର ହୋଇଥବାବେଳେ ସେମାନେ ଗତ ଶନିବାର ମକର ମେଳା ଦେଖିବାକୁ ଭେଜାଙ୍ଗୀୱାର୍ଡା ଗ୍ରାମକୁ ବାହାରିଥିବା ବେଳେ ସେହିଦିନଠାରୁ ନିଖୋଜ ଥିଲେ l ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ସେମାଙ୍କ କୌଣସି ସନ୍ଧାନ ମିଳି ନ ଥିଲା l ବୁଧବାର ମଧ୍ୟାହ୍ନ ୨ଟା ସମୟରେ ଦୁଇ ଜଣ ଜଙ୍ଗଲରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଖବର ପାଇଥିଲେ। ପ୍ରେମ ସମ୍ପର୍କକୁ ନେଇ ଏଭଳି ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ପୋଲିସ ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri