ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା ମହିଳାଙ୍କ ଘରକୁ ଆସିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ମାଡ଼ ମାରିବା ସହ ଦିନକ ପରେ ପୋଲିସ ଜିମା ଦେଇଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ପରେ ଚର୍ଚ୍ଚାର ବିଷୟ ପାଲଟିଛି।
ଅନୁଯାୟୀ, ସାରସକଣା ବ୍ଲକ ଅନ୍ତର୍ଗତ ଯୋକା ପଞ୍ଚାୟତର ଜଣେ ବିବାହିତା ମହିଳାଙ୍କ ସହ ଝାରପୋଖରିଆ ଥାନା ଅଧୀନ ମୁରୁଣିଆଁ ପଞ୍ଚାୟତ ଗତିଲା ଗ୍ରାମର ଜଣେ ଯୁବକଙ୍କର ଇନଷ୍ଟାଗ୍ରାମ ମାଧ୍ୟମରେ ପରିଚୟ ହୋଇଥିଲା। ପରବର୍ତ୍ତୀ ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଯୁବକ ଜଣକ ମହିଳାଙ୍କ ଘରକୁ ଆସିଥିବା ବେଳେ ସ୍ଥାନୀୟ ଲୋକେ ଉଭୟଙ୍କୁ ଧରି ଏକ ଗଛରେ ବାନ୍ଧି ଅଟକ ରଖିବା ସହ ମାଡ଼ ମାରିଥିଲେ। ଦୁଇ ଦିନ ଧରି ଉଭୟଙ୍କୁ ଅଟକ ରଖାଯିବାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେବାପରେ ଲୋକେ ସେମାନଙ୍କୁ ଝାରପୋଖରିଆ ପୋଲିସ ଜିମା ଦେଇଥିଲେ। ପୋଲିସ ଦୁହିଁଙ୍କ ପରିବାରକୁ ଥାନାକୁ ଡକାଇ ଆପୋଷ ମିଳାମିଶା କରିବା ପରେ ଉଭୟଙ୍କୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଝାରପୋଖରିଆ ଥାନା ଅଧିକାରୀ ସତ୍ୟବ୍ରତ ଗ୍ରହାଚାର୍ଯ୍ୟ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?