ପ୍ରେମୀଯୁଗଳଙ୍କ ବିବାହ କଲା ପୋଲିସ

ଅମରପାଲି,୨୧ା୭(ପୀତାମ୍ବର ସାହୁ): ନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ସାହାନାଇ। ଅତି ନିରାଡମ୍ବର ଭାବରେ ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ପରିସରରେ ପ୍ରେମୀଯୁଗଳ ପରସ୍ପରକୁ ଫୁଲମାଳ ଦେଇ ବିବାହ କରିଛନ୍ତି । ଥାନା ଅଧିକାରୀ, ପୋଲିସ ଓ ବରକନ୍ୟାଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ଏହି ବିବାହ ସମ୍ପନ୍ନ ହୋଇଛି । ବିବାହ କରିଥିବା ପ୍ରେମୀଯୁଗଳ ସମ୍ପର୍କରେ ଦିଅର ଭାଉଜ ବୋଲି ଜଣାପଡିଛି। ପ୍ରକାଶ ଯେ, ଅନୁଗୁଳ ଜିଲା ସାମସିଙ୍ଗା ଗ୍ରାମର ଝିଲି ପ୍ରଧାନ(୨୨) ତିନି ବର୍ଷ ତଳେ ସୁବଳୟା ଥାନା ଅନ୍ତର୍ଗତ ସାନକିରାସିରା ଗ୍ରାମର ମାଧବ ପ୍ରଧାନଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ଖଣ୍ଡହତା ପଞ୍ଚାୟତ ଅଧୀନ ବରଘାଟ ଗ୍ରାମର ପରେମେଶ୍ବର ପ୍ରଧାନ (୨୩)ତାଙ୍କ ମାଉସୀ ପୁଅ ଭାଇ ମାଧବଙ୍କ ଘରକୁ ଯିବା ଆସିବା କରିବା ଭିତରେ ଭାଉଜ ଝିଲିଙ୍କ ସହିତ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଶେଷରେ ଉଭୟ ଦିଅର ଭାଉଜ ଗତ ସପ୍ତାହେ ପୂର୍ବରୁ ଘରୁ ପଳାଇ ଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରି ନ ପାଇବାରୁ ସୁବଲୟା ଥାନାରେ ଏନେଇ ଅଭିଯୋଗ କରିଥିଲେ। ସ୍ବାମୀ ମାଧବଙ୍କ ଅଭିଯୋଗ ଆଧାରରେ ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ଗତ ଗୁରୁବାର ଉଭୟ ପ୍ରେମୀ ଯୁଗଳଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲା। ସେମାନେ ପୋଲିସ ନିକଟରେ ପରସ୍ପରକୁ ବିବାହ କରିବେ ବୋଲି କହିଥିଲେ। ପରେ ଥାନା ପରିସରରେ ଝିଅର ବାପଘର ଓ ଶଶୁର ଘର ଲୋକ ଏବଂ ପ୍ରେମିକ ପରମେଶ୍ବରଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ଉଭୟ ଦିଅର ଭାଉଜଙ୍କ ବିବାହ କରାଯାଇଥିଲା। ଏହି ସମୟରେ ସୁବଳୟା ଥାନା ଅଧିକାରୀ ସୁଶାନ୍ତ କୁମାର ପ୍ରଧାନ,ଏସଆଇ ଦୀପ୍ତି ରଞ୍ଜନ ଦିଗାଲ ଉପସ୍ଥିତ ଥିଲେ। ଉକ୍ତ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?