ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର

ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଉଭୟେ ଘନିଷ୍ଠ ସାଙ୍ଗ ବୋଲି ପୋଲିସ କହିଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ପାଟପୁର ପୋଲିସ ଏକ ମାମଲା (ନଂ.୪୩୦/୨୪) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।

ମିଳିଥିବା ସୂଚନା ମୁତାବକ, ପଦ୍ମପୁର ଗ୍ରାମର ଜଣେ ଯୁବକ ଏବଂ କରାଖଣ୍ଡି ଗ୍ରାମର ଜଣେ ଯୁବକ ଆନ୍ଧ୍ର ପ୍ରଦେଶରେ କାମ କରୁଥିଲେ। କାମ କରୁଥିବା ବେଳେ ସେମାନଙ୍କ ମଧ୍ୟରେ ବନ୍ଦୁତା ସ୍ଥାପନ ହୋଇଥିଲା। ଏହା କ୍ରମେ ନିବିଡ ହୋଇ ଦୁହେଁ ସାଙ୍ଗ ହୋଇ ଗାଁକୁ ଯିବା ଆସୁଥିଲେ। ଏପରିକି କରାଖଣ୍ଡି ଗ୍ରାମର ଯୁବକ ପଦ୍ମପୁର ଗ୍ରାମର ସାଙ୍ଗଙ୍କ ଘରକୁ ବେଳେ ବେଳେ ବୁଲିବାକୁ ମଧ୍ୟ ଆସୁଥିଲେ।

ହେଲେ କରାଖଣ୍ଡି ଗ୍ରାମର ଯୁବକଙ୍କ ନଜର ପଦ୍ମପୁର ଗ୍ରାମର ସାଙ୍ଗଙ୍କ ଭଉଣୀ ଉପରେ ପଡିଥିଲା। ତାଙ୍କୁ ସେ ଏକତରଫା ପ୍ରେମ କରି ବସି ଥିଲେ। କୌଶଳ କ୍ରମେ ମୋବାଇଲ ନମ୍ବର ସଂଗ୍ରହ କରି ନେଇଥିଲେ। ଏପରିକି ବିଭିନ୍ନ ସମୟରେ ସାଙ୍ଗଙ୍କ ଭଉଣୀଙ୍କୁ ଫୋନ କରି ପ୍ରେମ ନିବେଦନ କରି ହଇରାଣ ହରକତ କରୁଥିଲେ।

ଭଉଣୀଙ୍କ ଭାଇ(ସାଙ୍ଗ) ଏହା ଜାଣିବା ପରେ କୌଶଳ କରି କରାଖଣ୍ଡି ଗ୍ରାମର ସାଙ୍ଗକୁ ଜରୁରୀ କାମ ଥିବା କହି ଶନିବାର ରାତିରେ ଗାଁକୁ ଡ଼ାକିଥିଲେ। ସାଙ୍ଗ ଜଣକ କରାଖଣ୍ଡି ଗ୍ରାମର ଅନ୍ୟ ୪ଜଣ ସାଙ୍ଗକୁ ଧରି ୨ଟି ବାଇକରେ ପଦ୍ମପୁର ଗାଁକୁ ଆସିଥିଲେ। ପରେ ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ପଦ୍ମପୁର ଗ୍ରାମର ସାଙ୍ଗ କରାଖଣ୍ଡି ଗ୍ରାମର ସାଙ୍ଗଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। କାତି ଚୋଟରେ ତାଙ୍କ ବାମ ହାତରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ପାଖରେ ଥିବା ଅନ୍ୟ ସାଙ୍ଗମାନେ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ଖବରପାଇ ସାଙ୍ଗଙ୍କ ସ୍ତ୍ରୀ ପାଟପୁର ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଥାନା ଆଇଆଇସି ଅଜୟ କୁମାର ସ୍ବାଇଁ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ହିମାଂଶୁ ଶେଖର ପାତ୍ର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ କାତି ଜବତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri