ରାଜ୍ୟରେ କମିବ ମଦ ଦର: ସ୍ପେଶାଲ କୋଭିଡ୍‌ ଫି’ ୫୦ରୁ ୧୫%କୁ ହ୍ରାସ

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ମଦ ଦର କମିବ। ରାଜ୍ୟ ସରକାର ସ୍ପେଶାଲ କୋଭିଡ୍‌ ଫି’ ୫୦ ପ୍ରତିଶତରୁ ୧୫ ପ୍ରତିଶତକୁ ଖସାଇ ଦେଇଛନ୍ତି। ବିଭିନ୍ନ ବ୍ରାଣ୍ଡ୍‌ର(ଏଫ୍‌ଏମ୍‌ଏଫ୍‌ଏଲ୍‌, ଆଇଏମ୍‌ଏଫ୍‌ଏଲ୍‌, ବିୟର, ଓ୍ବାଇନ, ଆର୍‌ଟିଡି) ମଦ ଉପରେ ରାଜ୍ୟ ସରକାର ସର୍ବାଧିକ ଖୁଚୁରା ଦର(ଏମ୍‌ଆର୍‌ପି) ୧୫ ପ୍ରତିଶତ ଦର ବୃଦ୍ଧି କରିଛନ୍ତି। ସେହି ମଦଗୁଡିକର ନୂତନ ଦର ଶୁକ୍ରବାର ଠାରୁ ଲାଗୁ କରାଯିବ। ଓଡିଶା ପାନୀୟ ନିଗମ( ଓଏସବିସି)ଓ୍ବେସାଇଟ(www.osbc.co.in.)ରେ ନୂତନ ମଦ ଦର ଉପଲବ୍ଧ ହେବ। ଏ ନେଇ ଗୁରୁବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
କରୋନା ମହାମାରୀ କଟକଣା ଯୋଗୁ ଦୀର୍ଘ ଦେଢମାସ କାଳ ମଦ ଦୋକାନ ବନ୍ଦ ରହିଥିଲା। ମେ ୨୪ ତାରିଖରେ ସରକାର ମଦ ଅନଲାଇନରେ ବିକ୍ରି କରିବାକୁ ଅନୁମତି ଦେଇଥିଲେ। ଏହା ପରେ ଜୁଲାଇ ପହିଲାରୁ କାଉଣ୍ଟରରେ ବିକ୍ରି କରିବାକୁ ଅନୁମତି ଦେଇଥିଲେ। ସ୍ପେଶାଲ କୋଭିଡ ଟିକସ ଲାଗୁ କରିବା ପରେ ରାଜ୍ୟ ସରକାରଙ୍କୁ ୨୦୦ କୋଟି ଟଙ୍କାର କୋଭିଡ ଟିକସ ମିଳି ପାରିଛି। ଟିକସ ବୃଦ୍ଧି ଯୋଗୁ ମଦ ବିକ୍ରି ହ୍ରାସ ପାଇଥିଲା। ଟିକସ କମାଇବାକୁ ଖୁଚୁରା ବ୍ୟବସାୟୀମାନେ ଦାବି କରି ଆସୁଥିଲେ। ବ୍ୟବସାୟ ହ୍ରାସ ପାଇବା ଯୋଗୁ ଟିକସକୁ ସରକାର କମାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଆଜି ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ୧୮୭ ରନ୍ ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri