ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ପରେ ୭ ଜଣଙ୍କୁ ହସ୍ପିଟାଲରୁ ଛାଡ଼ି ଦିଆଯାଇଛି। ତେବେ ପୃଥିବୀର ଅନ୍ୟ ଦେଶ ତୁଳନାରେ ଟିକା ନେବା ପରେ ଅସୁସ୍ଥ ହୋଇପଡୁଥିବା ଲୋକଙ୍କ ସଂଖ୍ୟା ଅପେକ୍ଷାକୃତ କମ୍‌ ରହିଛି। ଦିଲ୍ଲୀରେ ୪ ଜଣ ଅସୁସ୍ଥ ହୋଇପଡ଼ିଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସ୍ବାସ୍ଥ୍ୟକର୍ମୀଙ୍କୁ ଶାହଦରାସ୍ଥିତ ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କର୍ନାଟକରେ ୨ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଚିତ୍ରାଦୁର୍ଗ ଜିଲା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେହିପରି ଉତ୍ତରାଖଣ୍ଡ, ଛତିଶଗଡ଼, ପଶ୍ଚିମବଙ୍ଗ, ରାଜସ୍ଥାନରେ ଟିକା ନେବା ପରେ ଜଣେ ଲେଖାଏଁ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉତ୍ତରାଖଣ୍ଡ, ଛତିଶଗଡ଼ ଏବଂ ରାଜସ୍ଥାନର ଅସୁସ୍ଥ ବ୍ୟକ୍ତି ଘରକୁ ଫେରି ଯାଇଛନ୍ତି। ପଶ୍ଚିମବଙ୍ଗର ଅସୁସ୍ଥ ବ୍ୟକ୍ତି ମୁର୍ସିଦାବାଦ୍‌ ଜିଲା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ୪ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଛି। ତେବେ ୩ ମୃତକଙ୍କର ଟିକା ନେବା ଯୋଗୁ ମୃତ୍ୟୁ ଘଟି ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri