ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ପରେ ୭ ଜଣଙ୍କୁ ହସ୍ପିଟାଲରୁ ଛାଡ଼ି ଦିଆଯାଇଛି। ତେବେ ପୃଥିବୀର ଅନ୍ୟ ଦେଶ ତୁଳନାରେ ଟିକା ନେବା ପରେ ଅସୁସ୍ଥ ହୋଇପଡୁଥିବା ଲୋକଙ୍କ ସଂଖ୍ୟା ଅପେକ୍ଷାକୃତ କମ୍‌ ରହିଛି। ଦିଲ୍ଲୀରେ ୪ ଜଣ ଅସୁସ୍ଥ ହୋଇପଡ଼ିଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସ୍ବାସ୍ଥ୍ୟକର୍ମୀଙ୍କୁ ଶାହଦରାସ୍ଥିତ ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କର୍ନାଟକରେ ୨ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଚିତ୍ରାଦୁର୍ଗ ଜିଲା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେହିପରି ଉତ୍ତରାଖଣ୍ଡ, ଛତିଶଗଡ଼, ପଶ୍ଚିମବଙ୍ଗ, ରାଜସ୍ଥାନରେ ଟିକା ନେବା ପରେ ଜଣେ ଲେଖାଏଁ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉତ୍ତରାଖଣ୍ଡ, ଛତିଶଗଡ଼ ଏବଂ ରାଜସ୍ଥାନର ଅସୁସ୍ଥ ବ୍ୟକ୍ତି ଘରକୁ ଫେରି ଯାଇଛନ୍ତି। ପଶ୍ଚିମବଙ୍ଗର ଅସୁସ୍ଥ ବ୍ୟକ୍ତି ମୁର୍ସିଦାବାଦ୍‌ ଜିଲା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ୪ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଛି। ତେବେ ୩ ମୃତକଙ୍କର ଟିକା ନେବା ଯୋଗୁ ମୃତ୍ୟୁ ଘଟି ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri