ଶସ୍ତାରୁ ହୀନସ୍ତା ହେଲେଣି ଟମାଟୋ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୩: କେନ୍ଦ୍ରାପଡ଼ା ଜିଲାରେ ଦୁଇ ମାସ ପୂର୍ବେ ଟମାଟୋ ଦର ଆକାଶଛୁଆଁ ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୩ ଟଙ୍କାରେ ଚାଷୀ କ୍ଷେତରେ ବେପାରୀଙ୍କୁ ବିକୁଛନ୍ତି। ହାଟକୁ ଆଣି ଗଦା କଲେ ମଧ୍ୟ ବିକ୍ରି ହେଉନି। ଏପରି କି ହାଟ ଶେଷ ବେଳକୁ ଟମାଟୋ ବିକ୍ରି ନ ହେବାରୁ ଛାଡି ଚାଲି ଯାଉଥିବା ଦେଖାଯାଇଛି। ଅପରପକ୍ଷରେ ଜିଲାରେ ସଂରକ୍ଷଣ ବ୍ୟବସ୍ଥା ଓ ସରକାରୀ ମଣ୍ଡି ନ ଥିବାରୁ ଟମାଟୋ ଦର ଶସ୍ତା ହେବାରୁ ହୀନସ୍ତା ହେଉଥିବା ସ୍ଥାନୀୟ ଚାଷୀ ମତ ଦେଇଛନ୍ତି। ସେହିପରି ଟମାଟୋ ସସ୍‌ ପରି କ୍ଷୁଦ୍ର ଶିଳ୍ପ ପାଇଁ ଆଶାୟୀ ଯୁବ ଶିଳ୍ପୋଦ୍ୟୋଗୀ ଋଣ ପାଇବାକୁ ସକ୍ଷମ ହେଉ ନ ଥିବା ମତ ମିଳିଛି। ଡେରାବିଶ ବ୍ଲକ ନହଙ୍ଗ ଗାଁର ଟମାଟୋ ଚାଷୀ ରତିକାନ୍ତ ସାହୁ କହିଛନ୍ତି, ଚଳିତବର୍ଷ ଟମାଟୋ ଚାଷ ଫସଲ ମଧ୍ୟ ଭଲ ହୋଇଛି। ତେବେ ବିକ୍ରିକୁ ନେଇ ସମସ୍ତ ଚାଷୀ ଅଡୁଆରେ ପଡିଛନ୍ତି। ବଜାରରେ କେଜି ପ୍ରତି ୬ ଟଙ୍କା ବିକ୍ରି ହେଉଥିବା ବେଳେ ବେପାରୀ କୁଇଣ୍ଟାଲ ପ୍ରତି ମାତ୍ର ୩୦୦ ଟଙ୍କା ଦେଉଛନ୍ତି। ଅଧିକ ପରିମାଣର ଅମଳକୁ ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ବିକ୍ରି ପାଇଁ ବାଧ୍ୟ ହେଉଛୁ। ଚଳିତ ଥର ଚାଷରୁ ପ୍ରାୟ ୧୦ ହଜାର ଟଙ୍କା କ୍ଷତି ହେବ ବୋଲି ସେ ଆକଳନ କରିଛନ୍ତି। ପଟ୍ଟାମୁଣ୍ଡାଇର ବୀରେନ କୁମାର ଦାସ କହିଛନ୍ତି, କରୋନା ସଂକ୍ରମଣ ପାଇଁ ଜିଲାକୁ ବହୁ ପ୍ରବାସୀ ଆସିଥିଲେ। ତତ୍କାଳୀନ ସମୟରେ ଟମାଟୋର ଚାହିଦା ବଢୁଥିବାରୁ ଜିଲାରେ ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ପ୍ରବାସୀ ଓ ସ୍ଥାନୀୟ ଚାଷୀ ଟମାଟୋ ଚାଷ କରିଥିଲେ। ଏତେ ପରିମାଣରେ ଫସଲ ଉପତ୍ାଦନ ପରେ ଜିଲାରେ ଶୀତଭଣ୍ଡାର ନ ଥିବାରୁ ସଂରକ୍ଷିତ ରଖାଯାଇ ପାରୁନାହିଁ। ସେହିପରି ସରକାରୀ ମଣ୍ଡି ନ ଥିବାରୁ ଟମାଟୋର ଦର ବହୁତ କମ ହେଉଛି। ଏହାର ନିରାକରଣ ହୋଇପାରିଲେ ରାଜ୍ୟ ସରକାରଙ୍କ ଆଳୁ ମିଶନ ସଫଳ ହୋଇପାରିବ। ଯୁବ ଶିଳ୍ପୋଦ୍ୟୋଗୀ ରତନଲାଲ ସାମଲ କହିଛନ୍ତି, ଜିଲାରେ ଟମାଟୋ ଓ ଆଳୁ ଉପତ୍ାଦନ ସମୟରେ ଅଭାବୀ ବିକ୍ରି ହେଉଛି। ଏହାକୁ ଲକ୍ଷ୍ୟ କରି ଟମାଟୋ ସସ୍‌ ଓ ଆଳୁ ଚିପ୍‌ସର କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠା ପାଇଁ ଗତ ଦୁଇବର୍ଷ ହେବ ବିଭିନ୍ନ ବ୍ୟାଙ୍କ ଓ ଜିଲା ଶିଳ୍ପକେନ୍ଦ୍ର ସହ ଯୋଗାଯୋଗ ରଖାଯାଇଛି। ଜିଲା ଶିଳ୍ପ କେନ୍ଦ୍ର ଓ ବ୍ୟାଙ୍କ ସମୂହର ସମନ୍ବୟ ନ ଥିବାରୁ ଏହି କ୍ଷୁଦ୍ରଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇପାରି ନ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କୃଷକ ନେତା ଗୟାଧର ଧଳ କହିଛନ୍ତି, ଜିଲାର ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଏଥିପାଇଁ ସରକାରୀ ସହଯୋଗ ମିଳୁନାହିଁ। ଅର୍ଥକରୀ ଫସଲଠାରୁ ଆରମ୍ଭ କରି ପାରମ୍ପରିକ ଧାନ ଚାଷରେ ବହୁ ପରିବର୍ତ୍ତନ ଆସିଲାଣି। ଉନ୍ନତମାନର ମଞ୍ଜି ସହ ତାଲିମର ବ୍ୟବସ୍ଥା ନାହିଁ। ଚାଷୀ ଏବେ ସରକାରୀ ସହଯୋଗ ବିନା ପାରମ୍ପରିକ ଭାବେ ଚାଷ କରିଛନ୍ତି। ଉପତ୍ାଦିତ ଫସଲ ବାହାର ରାଜ୍ୟକୁ ଯାଇପାରୁନାହିଁ। ଶୀତଳ ଭଣ୍ଡାରର ନିର୍ମାଣ, ଫୁଡ୍‌ ପ୍ରୋସେସିଂ ୟୁନିଟ୍‌ ସ୍ଥାପନ ଓ ସରକାରୀ ମଣ୍ଡି ସହାୟତାରେ ଏହି ସମସ୍ୟାର ସମାଧାନ ହୋଇପାରିବ ବୋଲି ସେ ମତ ଦେଇଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ନିରଞ୍ଜନ ବେହେରା କହିଛନ୍ତି, ଗ୍ରାମୀଣ ଶୀତଳଭଣ୍ଡାର ନିର୍ମାଣକୁ ଗୁରୁତ୍ୱ ଦିଆଯାଇଛି। ନିକଟରେ କେନ୍ଦ୍ରାପଡ଼ା ବ୍ଲକ ଚନ୍ଦନପୁରଠାରେ ଏକ ସୌର ଚାଳିତ ଶୀତଳଭଣ୍ଡାର ଉଦ୍‌ଘାଟନ ହୋଇଛି। ଚାଷୀ ନିଜ ଘରେ ଶୀତଳଭଣ୍ଡାର ନିର୍ମାଣ କଲେ ୫୦ ପ୍ରତିଶତ ରିହାତି ଅନୁଦାନ ମିଳିଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?