ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୦ ଯାଏ ବର୍ଷିବ

ଭୁବନେଶ୍ୱର, ୧୭ା୮ (ଅସମାପିକା ସାହୁ): ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୧୬.୨ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୧୪, ବାଲେଶ୍ୱରରେ ୧୦.୬, ନବରଙ୍ଗପୁରରେ ୬.୨, କେନ୍ଦୁଝରରେ ୫.୬, କେନ୍ଦ୍ରାପଡ଼ାରେ ୫.୩ ଓ ବଲାଙ୍ଗୀରରେ ୫ମିମି ବର୍ଷା ହୋଇଛି। ତେବେ ଏପରିସ୍ଥିତିରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତ୍‌ସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଶୁକ୍ରବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା(୭୦ରୁ ୨୦୦ମିମି) ଓ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବା ୨୦୦ମିମିରୁ ଅଧିକ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାକରେ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ସୋନପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri