ବଡ଼ ଖବର: ଦାନାବାନ୍ଧିଲାଣି ଲଘୁଚାପ, କଳା ଅନ୍ଧାର କରି ଘୋଟିଆସିବ …

ଭୁବନେଶ୍ୱର,୨୫।୫: ଦାନା ବାନ୍ଧୁଛି ଲଘୁଚାପ। ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି , ପବନ ମଧ୍ୟ ବହିବାର ଆଶଙ୍କା କରାଯାଉଛି।

୨୫ ତାରିଖରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉତ୍ତର ଓଡିଶାର ଅଳ୍ପ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ବାଲେଶ୍ବର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଓ କନ୍ଧମାଳରେ ମଧ୍ୟ ବଜ୍ରପାତ ଓ ପବନ ଆଶଙ୍କା ରହିଛି। ସେହିପରି ୨୮, ୨୯ ଓ ୩୦ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଯାହା ୨୯ ତାରିଖ ବେଳକୁ ଘନୀଭୂତ ହୋଇ ୱେଲମାର୍କ ଲୋପ୍ରେସର ବା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଯାହା ମୌସୁମୀର ଗତିକୁ ଆହୁରି ସକ୍ରିୟ କରିବ। ଅନୁମାନ କରାଯାଉଛି, ଲଘୁଚାପ ପ୍ରଭାବରେ ଓଡ଼ିଶାକୁ ମଧ୍ୟ ଆଗୁଆ ଆସିବ ମୌସୁମି । ଜୁନ ପ୍ରଥମ ସପ୍ତାହ ସୁଦ୍ଧା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରବେଶ କରିବା ଅଧିକ ସମ୍ଭାବନା ରହିଛି ।

ଓଡ଼ିଶା ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହିତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ସାଙ୍ଗକୁ ଦକ୍ଷିଣରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri