୧୨ ଘଣ୍ଟାରେ ଅବପାତ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହେଉଛି। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା ରହତିଛି।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫ରୁ ୭ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ଆକଳନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri