ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ ମଙ୍ଗଳବାର ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର ବିଭିନ୍ନ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ୪ଟି ସ୍ଥାନରେ ଅତି ପ୍ରବଳ ବର୍ଷା, ୪୭ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri