ଲଘୁଚାପ ସକ୍ରିୟ:୨ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର,୩୦ା୮ (ଅନୁରାଧା ମହାରଣା):ପୂର୍ବ ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକବ୍ରାର ପଶ୍ଚିମ ଉତ୍ତର ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ ଶୁକ୍ରବାରଠାରୁ ଏହାର ପରିମାଣ ବୃଦ୍ଧି ପାଇବ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଜାରି ବୁଲେଟିନ୍‌ରେ ଏ ସମ୍ପର୍କରେ ସୂଚନା ଦିଆଯିବା ସହ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟ ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୩୧ ତାରିଖ ବେଳକୁ ବର୍ଷାର ପ୍ରକୋପ ଅଧିକ ହୋଇପାରେ। ଏନେଇ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାକୁ ରେଡ୍‌ ଓ୍ବାର୍ନିଂ ଏବଂ ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି ଓ ନବରଙ୍ଗପୁର ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଥିବାବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର ଜିଲାପାଳମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ସେହିପରି ସହରାଞ୍ଚଳରେ ମଧ୍ୟ ବର୍ଷାଜନିତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri