ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ମାତ୍ର ରାଜ୍ୟରେ ବର୍ଷା ଭୟ ନାହିଁ ଓ ୨୫ ତାରିଖଯାଏ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ସମ୍ବଲପୁରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୩.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରହିଥିଲା। ସେହିପରି ଜଗତ୍ସିଂହପୁର ଓ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହୋଇଥିଲା।