ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ଏବଂ ଏହାପରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri