ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି। ୩ ଜିଲା ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ଭୟଙ୍କର ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି।  ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ନିମ୍ନଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ସେହିପରି ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି। ବାଲେଶ୍ୱର ଓ ମୟୂରଭଞ୍ଜର କେତେକ ସ୍ଥାନରେ ରାସ୍ତା ଉପରେ ୩ ଫୁଟ ଉଚ୍ଚର ପାଣି ଚାଲୁଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅପରପକ୍ଷରେ, ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରେ ମଧ୍ୟ ବର୍ଷାର ପରିମାଣ ବୃଦ୍ଧି ପାଇଥିବାରୁ ଚାଷଜମିଗୁଡ଼ିକ ଜଳମଗ୍ନ ହୋଇରହିଛି।

ଏସଆରସିଙ୍କ ସୂଚନା ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର (SRC) ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ଓଡିଆର୍‌ଏଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ବନ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ନେବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି। ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କଡ଼ା ଚେତାବନୀ ଦିଆଯାଇଛି। ଆଗାମୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିବାର ଆଶଙ୍କା ଥିବାରୁ ଜନସାଧାରଣଙ୍କୁ ବିନା କାରଣରେ ଘରୁ ନ ବାହାରିବାକୁ ଏବଂ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri