ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି। ୩ ଜିଲା ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ଭୟଙ୍କର ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି।  ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ନିମ୍ନଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ସେହିପରି ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି। ବାଲେଶ୍ୱର ଓ ମୟୂରଭଞ୍ଜର କେତେକ ସ୍ଥାନରେ ରାସ୍ତା ଉପରେ ୩ ଫୁଟ ଉଚ୍ଚର ପାଣି ଚାଲୁଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅପରପକ୍ଷରେ, ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରେ ମଧ୍ୟ ବର୍ଷାର ପରିମାଣ ବୃଦ୍ଧି ପାଇଥିବାରୁ ଚାଷଜମିଗୁଡ଼ିକ ଜଳମଗ୍ନ ହୋଇରହିଛି।

ଏସଆରସିଙ୍କ ସୂଚନା ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର (SRC) ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ଓଡିଆର୍‌ଏଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ବନ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ନେବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି। ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କଡ଼ା ଚେତାବନୀ ଦିଆଯାଇଛି। ଆଗାମୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିବାର ଆଶଙ୍କା ଥିବାରୁ ଜନସାଧାରଣଙ୍କୁ ବିନା କାରଣରେ ଘରୁ ନ ବାହାରିବାକୁ ଏବଂ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?