ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷିବ, ସତର୍କ କରାଇଲେ SRC

ଭୁବନେଶ୍ୱର,୨୭ା୫: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଧିରେ ଧିରେ ଉତ୍ତରମୁହାଁ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସବୁ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି। ବର୍ଷା ପାଇଁ ସମସ୍ତ ଜିଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ଚିଠିରେ କୁହାଯାଇଛି। ଏପରିକି ମତ୍ସ୍ୟଜୀବୀଙ୍କୁ ସୁମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ମତ୍ସ୍ୟଜୀବୀଙ୍କ ପାଇଁ ନିୟମ କଡ଼ାକଡ଼ି କରିବାକୁ SRC ଚିଠିରେ ଉଲ୍ଳେଖ କରିଛନ୍ତି।

ଅନ୍ୟପକ୍ଷେ ଲଘୁଚାପ ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସୂଚନାନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗି ରହିବ। ମଙ୍ଗଳବାର ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳବର୍ତ୍ତୀ ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେସବୁ ଜିଲା ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri