ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଆଉ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏହି ବର୍ଷା ୩ ଦିନ ପର୍ଯ୍ୟନ୍ତ ଜାରି ରହିବ।

IMD ଅନୁଯାୟୀ, ବଙ୍ଗୋପସାଗରରୁ ଜମ୍ମୁ-କାଶ୍ମୀର ପର୍ଯ୍ୟନ୍ତ ପ୍ରାୟ ୧୫୦୦ କିଲୋମିଟର ଲମ୍ବା ଏକ ମୌସୁମୀ ଟ୍ରଫ୍ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଉତ୍ତର ଭାରତ ସମେତ ଦେଶର ଅଧାରୁ ଅଧିକ ଅଞ୍ଚଳରେ ୩ ଦିନ ଅର୍ଥାତ୍ ଆଜିଠାରୁ ୪ ଜୁଲାଇ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ଏହି ଟ୍ରଫ୍ ହିମାଳୟର ପାଦଦେଶରେ ରହିଛି, ଯାହା ଧୀରେ ଧୀରେ ଦକ୍ଷିଣ ଆଡ଼କୁ ଗତି କରିବ। ମୌସୁମୀ ଟ୍ରଫ୍ ହେଉଛି ଏକ ଲଘୁଚାପ କ୍ଷେତ୍ର, ଯାହାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ମେରୁଦଣ୍ଡ କୁହାଯାଏ। ଏହି ଟ୍ରଫ୍ ଆରବ ସାଗର ଏବଂ ବଙ୍ଗୋପସାଗରରୁ ଜଳୀୟବାଷ୍ପ ପୂର୍ଣ୍ଣ ପବନ ଆଣିଥାଏ, ଯାହାଦ୍ୱାରା ଦେଶରେ ବର୍ଷା ହୋଇଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri