ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସୃଷ୍ଟି ହୋଇଥିବା ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବୁଧବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟାନ୍ୟ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଅପରପକ୍ଷେ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଉଲ୍ଲେଖନୀୟ ବର୍ଷା ରେକର୍ଡ ହୋଇଛି। କେନ୍ଦ୍ରାପଡ଼ା ରାଜନଗରରେ ସର୍ବାଧିକ ୧୫ ସେ.ମି. ବର୍ଷା ହୋଇଥିବାବେଳେ ଆଳିରେ ୧୩ ସେ.ମି., ବାଲେଶ୍ୱରର ଏନ୍‌ଏଚ୍‌-୫ ଗୋବିନ୍ଦପୁର ଓ ଯାଜପୁର ଜିଲାର ବାରୀରେ ୧୨ ସେ.ମି., ମୟୂରଭଞ୍ଜର ବେତନଟୀ ଏବଂ ବାଲେଶ୍ୱରରେ ୧୦ ସେ.ମି. ବର୍ଷା ହୋଇଛି। ସେହିପରି ଜୁନ୍‌ ୧ରୁ ଜୁଲାଇ ୧୪ ମଧ୍ୟରେ ରାଜ୍ୟରେ ୩୫୪.୭ ମି.ମି. ବର୍ଷା ରେକର୍ଡ ହୋଇଛି। ଏହାଦ୍ୱାରା ସ୍ବାଭାବିକ ବର୍ଷାଠାରୁ ରାଜ୍ୟରେ ୩ ମି.ମି. ଅଧିକ ବର୍ଷା ହୋଇଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri