ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି ଦକ୍ଷିଣ-ପୂର୍ବ ଏବଂ ଓଡ଼ିଶାର ବାଲେଶ୍ୱରଠାରୁ ପ୍ରାୟ ୧୮୦ କିମି ଉତ୍ତର-ପୂର୍ବରେ ରହିଛି।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତଟି ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହା ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଅବପାତର ପ୍ରଭାବରେ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି ରହିପାରେ । ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ସୋମବାର ସାରା ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri