ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର,୨୬।୯: କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଏଘୁଚାପ ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ୨୭ ସକାଳେ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ୩ଦିନ ଧରି ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେବା ସହ ସତର୍କ କରିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ନୂଆପଡ଼ାଠାରେ ସର୍ବାଧିକ ୮୧.୮ ମି.ମି ବର୍ଷା ରେକର୍ଡ କରାଯାଇଛି।

ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବା ସହ ଝଟକା ପବନ ୬୦ କି.ମି. ବେଗରେ ବହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର, ନୟାଗଡ଼ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri