ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ଅପରାହ୍ନରେ ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ୮ ତାରିଖ ବେଳକୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ପରିମାଣ ବଢ଼ିପାରେ। ତେଣୁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅନ୍ୟପଟେ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ରବିବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରହିଥିବାବେଳେ ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୨.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେହିପରି ଅନୁଗୋଳ, ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ୪୧.୦ ଡିଗ୍ରୀ, ହୀରକୁଦରେ ୪୦.୧, ସୋନପୁରରେ ୪୦.୮ ଏବଂ ପାରଳାଖେମୁଣ୍ଡିରେ ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ତେବେ ଲଘୁଚାପ ଜନିତ ବର୍ଷା ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri