Posted inରାଜ୍ୟ

ଆସୁଛି ଘୂର୍ଣ୍ଣିବଳୟ ! ଆସନ୍ତା ୫ ଦିନ ପ୍ରବଳ ବର୍ଷା

ଭୁବନେଶ଼୍ବର, ୨୫।୬:ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।

ସୂଚନା ଥାଉକି, ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାକୁ ଥିବାବେଳେ ୨୬ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?