ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳି ନାହିଁ।
ଲଘୁଚାପକୁ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ ସୂଚନା ଦେଇ କହିଛନ୍ତି, ୧୦ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ଆଶଙ୍କା ରହିଛି। ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କୁଆପଥର ବର୍ଷା ସମ୍ଭାବନା ଅଛି। ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।


